ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?

ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବ । ସେପ୍ଟେମ୍ବର 27 ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବାର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ 28 ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ 50 କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।

ସକାଳୁ ସକାଳୁ କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆଜି ସାରା ରାଜ୍ୟରେ ବର୍ଷା ସହ ଝଡ଼ି ପବନ 50 କିମି ବେଗରେ ବହିବ । ଅପରାହ୍ନରେ ମାଲକାନଗିରି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ସେପଟେ ଆଜିଠୁ ପବନର ବେଗ ବଢ଼ିବ । ଘଣ୍ଟାପ୍ରତି 50 କିମି ବେଗରେ ପବନ ବହିବାକୁ ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଅତି ପ୍ରବଳ ବର୍ଷା: ମାଲକାନଗିରି (ଅରେଞ୍ଜ ଆଲର୍ଟ)
ପ୍ରବଳ ବର୍ଷା: କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର (ୟେଲୋ ୱାର୍ଣ୍ଣିଂ)
50 କିମି ବେଗରେ ପବନ: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି

ଆସନ୍ତାକାଲି ଠାରୁ ବର୍ଷା ସହ ଝଡ଼ି ପବନ ଆହୁରି ବଢ଼ିବ । ସାରା ରାଜ୍ୟରେ ବର୍ଷିବା ସହ ବଜ୍ରପାତ ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟଜାରି କରିଛି । ସେହିପରି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ମାଲକାନଗିରି, ଗଜପତି, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଘଣ୍ଟାପ୍ରତି ଝଟକା ପବନ 60 କିମି ବେଗରେ ବହିବାର ସମ୍ଭାବନାକୁ ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି ।

ଲଘୁଚାପ ଅବପାତରେ ପରିଣତ ହେବା ପରେ 27 ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବ । ପ୍ରଭାବରେ ଘଣ୍ଟାପ୍ରତି 60 କିମି ବେଗରେ ଝଡ଼ି ପବନ ବହିବ । ସାରା ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ 60 କିମି ବେଗରେ ଝଟକା ପବନ ବହିବ ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page