୩୫୯ ଜଣଙ୍କ ପଞ୍ଜୀକରଣ, ୫୦ ଜଣଙ୍କୁ ଉଦ୍ୟମ ପ୍ରମାଣପତ୍ର; ଭିନ୍ନକ୍ଷମଙ୍କୁ ମିଳିଲା ବିଭିନ୍ନ ସହାୟତା
ଧର୍ମଗଡ ୮/୯: (ଜନ୍ମେଜୟ ନାଏକ): ଭିନ୍ନକ୍ଷମଙ୍କୁ ସରକାରୀ ଯୋଜନାର ସୁବିଧା, ଚିକିତ୍ସା ସେବା, ଭତ୍ତା ଓ ଆବଶ୍ୟକ ସହାୟକ ଉପକରଣ ଯୋଗାଇ ଦେବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ପର୍ଯ୍ୟାୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଓ ଏଆରସି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଭିନ୍ନକ୍ଷମ ବ୍ୟକ୍ତି ଯୋଗଦେଇ ସରକାରୀ ସେବା ଓ ସୁବିଧା ହାସଲ କରିଥିଲେ। ଶିବିରକୁ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରିଥିଲେ। ଏହି ଅବସରରେ ବ୍ଲକ ଉନ୍ନୟନ ଅଧିକାରୀ ବିଶ୍ୱନାଥ ରାଉତ, ଏବିଡିଓ ବିଜୟ କୁମାର ନାଏକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁବ୍ରତ ମିଶ୍ର, ବୃଷଭ ନାଏକ, ଜୟକୃଷ୍ଣ ସାହୁ, ଜୟନ୍ତ ସିଂ, ଦୋଳମଣି ପ୍ରଧାନ, ବରିଷ୍ଠ ସମାଜସେବୀ ଶ୍ୟାମସୁନ୍ଦର ଅଗ୍ରୱାଲ, ଚନ୍ଦ୍ରଶେଖର ମୁଣ୍ଡ, ବିଶ୍ୱରଞ୍ଜନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଶିବିରରେ ମୋଟ ୩୫୯ ଜଣ ଭିନ୍ନକ୍ଷମ ବ୍ୟକ୍ତି ପଞ୍ଜୀକରଣ କରିଥିଲେ। ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ୫୦ ଜଣଙ୍କୁ ନୂତନ ଉଦ୍ୟମ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। ଏହା ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭର ହେବାରେ ସହାୟକ ହେବ ବୋଲି ଆଶା ପ୍ରକାଶ ପାଇଛି। ସେହିପରି ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ ୨୩ ଜଣ ଛାତ୍ରଛାତ୍ରୀଙ୍କୁ ଜାତୀୟ ଛାତ୍ରବୃତ୍ତି ପାଇଁ ମନୋନୀତକରାଯାଇଛି I ଅନ୍ୟ ପକ୍ଷରେ ୩୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ଅଧୀନରେ ଭତ୍ତା ପ୍ରଦାନ ପାଇଁ ଚିହ୍ନଟ କରାଯାଇଛି।
ଶିବିରରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ସହାୟକ ଉପକରଣ ମଧ୍ୟ ବଣ୍ଟନ କରାଯାଇଥିଲା। ଏଥିରେ ୨ ଜଣଙ୍କୁଟ୍ରାଇସାଇକେଲ, ଜଣଙ୍କୁ ହ୍ୱିଲ୍ଚେୟାର ଓ ୨ ଜଣ ଦୃଷ୍ଟିହୀନଙ୍କୁ ସ୍ପେଶାଲ ବ୍ଲାଇଣ୍ଡ ଷ୍ଟିକ୍ ପ୍ରଦାନ କରାଯାଇଥିଲା। ଏହାଦ୍ୱାରା ଦୈନନ୍ଦିନ ଜୀବନରେ ହିତାଧିକାରୀମାନେ ଅଧିକ ସ୍ୱାବଲମ୍ବୀ ହୋଇପାରିବେ ବୋଲି ଆଶା କରାଯାଇଛି। ଅନ୍ୟପଟେ ଶିବିରର ଏକ ବିଶେଷ ଆକର୍ଷଣ ଥିଲା ରୋବୋଟିକ୍ ଥେରାପି ୟୁନିଟ୍। ଏହି ୟୁନିଟ୍ ମାଧ୍ୟମରେ ୪୦ ଜଣ ରୋଗୀଙ୍କ ସ୍କ୍ରିନିଂ କରାଯାଇଥିବା ବେଳେ ସେଥିରୁ ୨୦ ଜଣଙ୍କୁ ଆଧୁନିକ ଚିକିତ୍ସା ସେବା ଯୋଗାଇ ଦିଆଯାଇଥିଲା। ସେହିପରି ପ୍ରୋସ୍ଥେଟିକ୍ସ ଓ ଅର୍ଥୋଟିକ୍ସ ୟୁନିଟ୍ ପକ୍ଷରୁ ୩୨ ଜଣ ହିତାଧିକାରୀଙ୍କ ପାଇଁ କୃତ୍ରିମ ଅଙ୍ଗ ଓ ଆବଶ୍ୟକ ସହାୟକ ଉପକରଣ ନିର୍ଦ୍ଧାରଣ କରାଯାଇଛି। ଏହି ଉପକରଣଗୁଡ଼ିକ ପରବର୍ତ୍ତୀ ସମୟରେ ହିତାଧିକାରୀଙ୍କୁ ପ୍ରଦାନ କରାଯିବ।ଭିନ୍ନକ୍ଷମଙ୍କୁ ଚିହ୍ନଟ କରିବା ସହ ସେମାନଙ୍କୁ ଚିକିତ୍ସା, ଶିକ୍ଷା, ପେନସନ, ଉପକରଣ ଓ ସ୍ୱାବଲମ୍ବନର ସୁଯୋଗ ଯୋଗାଇଦେବା ଦିଗରେ ଏହି ଶିବିର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିଲା। ଶିବିରରେ ଏକାଧିକ ସେବା ଏକ ସ୍ଥାନରେ ମିଳିଥିବାରୁ ହିତାଧିକାରୀ ଓ ସେମାନଙ୍କ ପରିବାରବର୍ଗଙ୍କ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଥିଲା।
ଗୋଲାମୁଣ୍ଡା ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ
ବଉଳାବନ୍ଧରେ ଶ୍ରୀସତ୍ୟସାଇ ସଂଗଠନର ବାର୍ଷିକ ଉତ୍ସବ ପାଳିତ ।