ଚାଲି ଚାଲି ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି

President Droupadi Murmu walks up to Puri temple for Jagannath darshan

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଶ୍ରୀମନ୍ଦିର ପ୍ରଶାସନିକ କାର୍ୟ୍ୟାଳୟଠାରୁ ଚାଲି ଚାଲି ଯାଇ ଦର୍ଶନ କରିଥିବା ଦେଖିବାକୁ ମିଳିଛି । ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ଚାଲି ଚାଲି ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଛନ୍ତି । ରାଷ୍ଟ୍ରପତି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ୱିତୀୟ ଦିନ। ଆଜି ସକାଳ ପ୍ରାୟ ୯ଟା ସମୟରେ ରାଜଭବନରୁ ପୁରୀ ଅଭିମୁଖେ ବାହାରିଥିଲେ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନରେ ପ୍ରାୟ ୧୦ଟା ସମୟରେ ପୁରୀରେ ଅବତରଣ କରିଥିଲେ ରାଷ୍ଟ୍ରପତି। ଏହାପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା ଏବଂ କଡ଼ା ସୁରକ୍ଷା ବଳୟରେ ସେ ଶ୍ରୀମନ୍ଦିର ଅଭିମୁଖେ ବାହାରିଥିଲେ। ହେଲେ ହଠାତ୍ ରାଷ୍ଟ୍ରପତି ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ଶ୍ରୀମନ୍ଦିର କାର୍ୟ୍ୟାଳୟ ନିକଟରେ କାର୍‌ରୁ ଓହ୍ଲାଇ ପଡ଼ିଥିଲେ। ବଡ଼ଦାଣ୍ଡରେ ପହଞ୍ଚିବା ପରେ ଆତ୍ମ ବିଭୋର ହୋଇ ପଡ଼ିଥିଲେ ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ । ପରେ ବଡ଼ଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ। ଅରୁଣ ସ୍ତମ୍ଭଙ୍କୁ ସ୍ପର୍ଶ କରି ନମସ୍କାର କରିଥିଲେ ରାଷ୍ଟ୍ରପତି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News