ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ


କଟକ(ବୁ୍ୟରୋ) କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ୱାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି । ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ତେବେ ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଅଗ୍ନିକାଣ୍ଡ ପରେ ଓଉଟରେ ପରିସ୍ଥିତି ସାଂଘାତିକ ହୋଇପଡ଼ିଥିଲା । ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଲୋକେ ଏଣେ ତେଣ ଦୌଡିଥିଲେ । ଆଇସିୟୁ ଭିତରେ ଫସି ଯାଇଥିଲେ ରୋଗୀ । ସ୍ଥାନାନ୍ତର ସମୟରେ ୭ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ସ୍ଥାନାନ୍ତର ପରେ ଅନ୍ୟ ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଉଟ ଭିତରୁ ଗୁରୁତର ଅବସ୍ଥାରେ ରୋଗୀଙ୍କୁ ଉଦ୍ଧାର କରାଯାଇଥିଲା । ୨୩ ଜଣ ରୋଗୀଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର ବେଳେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅଗ୍ନିକାଣ୍ଡର ଖବର ପାଇଁ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମବାହିନୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଥିଲେ । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହା ପରେ ମୁଖ୍ୟମନ୍ତ୍ରୀ ଆଇସିୟୁରେ ଥିବା ଅନ୍ୟ ରୋଗୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିଦେ୍ର୍ଦଶ ଦେଇଛନ୍ତି । ମୃତାହତଙ୍କ କ୍ଷତିପୂରଣ ଘୋଷଣା ମଧ୍ୟ କରିଛନ୍ତି । ଆହତଙ୍କ ଲାଗି ଉନ୍ନତ ଚିକିତ୍ସା ଯୋଗାଇଦେବାକୁ ନିଦେ୍ର୍ଦଶ ଦେଇଥିବା ବେଳେ ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ଅବହେଳାରୁ ଏଭଳି ଅଘଟଣ ଘଟିଥିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତ ଅନ୍ୟ ପଟେ ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି । ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନେ୍ଦାବସ୍ତ କରାଯାଇଛି । ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ ମିଳିଛି । ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା, ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କଟକ ବଡ଼ ମେଡିକାଲ ଟ୍ରାଜେଡି । ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ । ଚଗଘଜୠରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ । ଏହା ସହ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ରାଷ୍ଟ୍ରପତି ଲେଖିଛନ୍ତି ଯେ, କଟକର ଏକ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ଜୀବନହାନୀରେ ଗଭୀର ମର୍ମାହତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ଏହା ସହ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଓଡ଼ିଶାର କଟକର ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page