ଚିଲିକା,୧୦।୪: ନାଚୁଣୀ ମହାବିଦ୍ୟାଳୟରେ ଚଳିତ ଓଡ଼ିଆ ପକ୍ଷ ବିଭିନ୍ନ ଦିବସର ନିର୍ଦ୍ଧାରିତ କାର୍ୟ୍ୟକ୍ରମ ଅନୁଯାୟୀ ପାଳିତ ହୋଇଯାଇଅଛି। ଆଜି ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପଟ୍ଟନାୟଙ୍କର ସଭାପତିତ୍ଵରେ ଏକ ସଭା ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ସଭାର ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହରେ ଧୂପ ପୁଷ୍ପ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ମୂଳନ କରି ଆନୁଷ୍ଠାନିକ ଭାବେ ଉତ୍ସବକୁ ଉଦବଘାଟନ

କରିଥିଲେ । ଭକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ପୂର୍ବତନ ଚିଲିକା ବିଧାୟକ ଡାକ୍ତର ବିଭୁତି ଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥି, ନାଚୁଣୀ ମହାବିଦ୍ୟାଳୟର ପ୍ରକ୍ତନ ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ସାହୁ -ମୁଖ୍ୟ ବକ୍ତା, ଖୋର୍ଦ୍ଧା ଜିଲ୍ଲା ଭାଜପା ସଭାପତି ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଦୁଷ୍ମନ୍ତ ହରିଚନ୍ଦନ ଓ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ -ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ, ଓଡ଼ିଆ ଲୋକକଳା, ଐତିହ୍ୟ ଓ ଓଡ଼ିଆ ବରପୁତ୍ର ମାନଙ୍କ ଉପରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧିତ କରିଥିଲେ। ପ୍ରାଣୀ ବିଜ୍ଞାନର ମୁଖ୍ୟ ଅଧ୍ୟାପକ ଗୋଲକ ବିହାରୀ ବାରିକ କାର୍ୟ୍ୟକ୍ରମର ସଂଯୋଜନା କରିଥିବା ବେଳେ ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ଅତିଥି ମାନଙ୍କ ର ପରିଚୟ ପ୍ରଦାନ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ବିଭିନ୍ନ ଦିବସ ରେ ଅନୁଷ୍ଠିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ମଂଚାସୀନ ଅତିଥି ମାନଙ୍କ ଦ୍ୱାରା ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରା ଯାଇଥିଲା। ଅଜିତ କୁମାର ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ସାଂସ୍କୃତିକ କାର୍ୟ୍ୟକ୍ରମରେ ଛାତ୍ରୀମାନଙ୍କ ଦ୍ୱାରା ଶାସ୍ତ୍ରୀୟ ଓଡିଶୀ ଓ ସମ୍ବଲପୁରୀ ଲୋକନୃତ୍ୟ ପରିବେଷିତ ହୋଇଥିଲା । ପରିଶେଷରେ ଅଧାପିକା ସୁଭଦ୍ରା ଭୋଳ ଧନ୍ୟବାଦ ପ୍ରଦାନ କରିଥିଲେ ।

ଦିଲ୍ଲୀପ କୁମାର ଶତପଥୀ
ଚିଲିକା ପ୍ରତିନିଧି