ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୧୯ଜଣ ଓଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁର ଖଲ୍ଲିକୋଟ ବିଶ୍‌ବବିଦ୍ୟାଳୟର କୁଳସଚିବ ଭାବେ ବଦଳି କରାଯାଇଥିବାବେଳେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପାଢ଼ୀଙ୍କୁ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଓଏଏସ୍ ବଦଳି ସଂକ୍ରାନ୍ତ ୪ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଅନୁସାରେ ଓଏଏସ୍ ସଞ୍ଜିବିତା ରାୟଙ୍କୁ କଟକସ୍ଥିତ ଓଡ଼ିଶା ଲୋକସେବା ଆୟୋଗର ଯୁଗ୍ମ ପରୀକ୍ଷା ନିୟନ୍ତ୍ରକ ଭାବେ ବଦଳି ହୋଇଛି । ସେହିପରି ଭୁବନେଶ୍ୱରରେ ଇଡକୋ ଲ୍ୟାଣ୍ଡ ଅଫିସର ସ୍ୱାତୀ ମିଶ୍ର ଓ ଓଏଏସ୍ ଅମ୍ବିକା ପ୍ରସାଦ ଦାଶଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି । ଓଏଏସ୍ ମାନସ ରଞ୍ଜନ ସାମଲଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନରେ ଉପସଚିବ ଭାବେ ବଦଳି ହୋଇଛି । ସେହିପରି ଶିଳ୍ପ ବିଭାଗର ଉପନିର୍ଦ୍ଦେଶକ ହରପ୍ରିୟା ଦାଶଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଭାବେ କଟକରେ ଅବସ୍ଥାପିତ କରାଯାଇଛି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News