କଳାହାଣ୍ଡି,୨୩|୩ (ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏସଜି ଏସୱାଇ ମିଟିଙ୍ଗ ହଲ ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଜନ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକୁ ବିଭାଗୀୟ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ସମାଧାନ କରିବାକୁ ନିର୍ଦେଶ ଦେଇଥିଲେ। ଏହି ଶିବିରରେ ମୋଟ ୭୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ଏହି ଶିବିରରେ ମୋଟ ୧୫ ଜଣ ଙ୍କୁ ନୂତନ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ପଣ୍ଡିଗାଁ ର ୨ ଜଣ ଭିନ୍ନକ୍ଷମ ଚକ୍ର ଶବର ଓ ସନ୍ଧ୍ୟାରାଣୀ ମାଝୀ ଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା। ଏହି ଶିବିରରେ ଜିଲ୍ଲାପାଳ ଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗର ରାଜ ଦେବରକୁଣ୍ଡା,ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ,ଧର୍ମଗଡ଼ ଉପ ଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ,ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ସମିତି ଅଧ୍ୟକ୍ଷା ଜ୍ୟୋତି ନାଏକ,ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ଜିଲ୍ଲା ମୂଖ୍ୟ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ମୂଖ୍ୟ ଜନସ୍ଵାସ୍ଥ୍ୟ ଅଧିକାରୀ ନାହାରେନ୍ଦ୍ର ପଣ୍ଡା, କଲମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ମାଣ୍ଡାଙ୍ଗି,ତହସିଲଦାର ସ୍ମରଣିକା ତୁଳ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମଧୁସ୍ମିତା ନାଏକ,କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଜ୍ୟୋତି କ୍ରିଷ୍ଣା ମାଝୀ ତଥା ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ। କଲମପୁର ବ୍ଲକର ସମସ୍ତ ଅଧିକାରୀ ତଥା କର୍ମଚାରୀ ଉପସ୍ଥିତ ରହି ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ପ୍ୟାରିଲାଲ ଦୁର୍ଗା
କଳାହାଣ୍ଡି