ଭୁବନେଶ୍ୱର: ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଶିକ୍ଷାବିତ୍ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମ ଜୟନ୍ତୀ ସାରା ଭାରତବର୍ଷରେ ପାଳିତ ହୋଇଯାଇଛି । ଏହି କ୍ରମରେ ଭୁବନେଶ୍ୱରର ଚିନ୍ତାମଣୀଶ୍ୱରସ୍ଥିତ ଶିବମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ କମ୍ପ୍ୟୁଟର ଏଜୁକେସନ୍ରେ ଏହି ମହାନ୍ ବ୍ୟକ୍ତିତ୍ୱଙ୍କ ଜନ୍ମ ଜୟନ୍ତୀ ଓ ଗୁରୁଦିବସ ଅନୁଷ୍ଠାନର ଅଧ୍ୟକ୍ଷା ଶଶୀରେଖା ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ୱାରା ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଗୁପୁର ସମାଚାରର ଉତ୍କଳ ବୁଲେଟିନର ସଂପାଦକ ତଥା ସମାଜସେବୀ ଅରବିନ୍ଦ ତ୍ରିପାଠୀ ମୁଖ୍ୟ ଅତିଥିଭାବେ ସାଂସ୍କୃତିକ ଅନୁଷ୍ଠାନ ଆମ ଗାଁ ଆମ ପରିଚୟର ପ୍ରତିଷ୍ଠାତା ତଥା ସଭାପତି ସୁରେନ୍ଦ୍ର କୁମାର ସାହୁ ଯୋଗଦେଇ ଗୁରୁ ଡଃ ରାଧାକ୍ରିଷ୍ଣନ୍ଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରେ ଛାତ୍ରଛାତ୍ରୀମାନେ ଗୁରୁ ଡଃ ରାଧାକ୍ରିଷ୍ଣନ୍ଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧା ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନ୍ ଜଣେ ରାଜନୈତିକ ତଥା ଦାର୍ଶନିକ ଥିଲେ । ନିଜର ଶୃଙ୍ଖଳିତ ଜୀବନ ଚର୍ଯ୍ୟା ଓ କର୍ମନିଷ୍ଠା ଦ୍ୱାରା ସେ ଭାରତୀୟମାନଙ୍କର ପ୍ରିୟଭାଜନ ହୋଇପାରିଥିଲେ। ତେଣୁ ଛାତ୍ରଛାତ୍ରୀମାନେ ପାଠ ପଢିବା ସହିତ ସମାଜ ଗଠନ ଦିଗରେ ନିଜର ପାରଦର୍ଶିତା ବୃଦ୍ଧି କରିବା ଉଚିତ୍ ବୋଲି ମତପୋଷଣ କରିଥିଲେ। ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଜୀବନ ସହିତ ଏକ ସମୃଦ୍ଧ ଭାରତ ଗଠନ ଦିଗରେ ନିଜକୁ ଗଢ଼ି ତୋଳିବାକୁ ମୁଖ୍ୟ ବକ୍ତା ଶ୍ରୀ ସାହୁ ପରାମର୍ଶ ଦେଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷା ଶଶୀରେଖା ସାହୁ ଅଖଣ୍ଡ ଭାରତବର୍ଷ ଏବେ ବି ପ୍ରଗତି ଦିଗରେ କାର୍ଯ୍ୟ କରୁଥିଲେ ବି ସଫଳତାର ବହୁ ପଛରେ ରହିଛି। ଆଜିର ଯୁବପିଢ଼ି ଏହି ସ୍ୱପ୍ନକୁ ସାକାର କରିବା ଦିଗରେ ଦୃଢ଼ ସଂକଳ୍ପ ନେଲେ ଏକ ବିକଶିତ ରାଷ୍ଟ୍ର ଗଠନ ସହଜ ହୋଇପାରବ ବୋଲି ନିଜ ଅଭିଭାଷଣରେ କହିଥିଲେ। ଏହି ପରିପ୍ରେକ୍ଷିରେ ‘ବିକଶିତ ଭାରତ ଓ ଆଜିର ଯୁବପିଢ଼ି’ ଶୀର୍ଷକ ବତ୍କୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପଙ୍କଜିନୀ ସାହୁ ପ୍ରଥମ, ସିପ୍ରାରାଣୀ ବାରିକ ଦ୍ୱିତୀୟ ଓ ବିଶ୍ୱଜିତ୍ ମହଲା ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏହି କ୍ରମରେ ଅନୁଷ୍ଟାନର ପୁରାତନ ଛାତ୍ର ମିଲନ ବେହେରାଙ୍କୁ ‘ଶିବମ ଜ୍ୱେଲ ସମ୍ମାନ’ ପ୍ରଦାନ କରାଯାଇଥିଲା। ପୂର୍ଣ୍ଣିମା ହଲଦାର, ନୈନା ସ୍ୱାଇଁ, ପଙ୍କଜିନୀ ସାହୁ, ବିଶ୍ୱଜିତ୍ ସେଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ଶ୍ରଦ୍ଧାଞଳୀ ସଭା
ଜାତିସଙ୍ଘ ନୀତି ଅଧିକାରୀ ବୈଶାଳୀଙ୍କଦମ ଦାର ନୃତ୍ୟ ପ୍ରଦର୍ଶନ
ହିନ୍ଦୁ-ମୁସଲିମ୍ ଭାଇଚାରାର ଅନନ୍ୟ ଉଦାହରଣ: ମାଣିକାଗୋଡ଼ା ଦଶହରା