ଭୁବନେଶ୍ୱର: ସ୍ଥାନୀୟ ବମିଖାଲ ବିଜୁ ପଟ୍ଟନାୟକ କମ୍ପୁ୍ୟଟର ଶିକ୍ଷାନୁଷ୍ଠାନ ଠାରେ ବିଶିଷ୍ଟ ସମାଜସେବୀ, ଶିକ୍ଷାବିତ୍, ସଂଗଠକ, ଭାଷାପ୍ରାଣ, ବିଜୁ ପଟ୍ଟନାୟକ କମ୍ପୁ୍ୟଟର ଶିକ୍ଷାନୁଷ୍ଠାନ ପ୍ରତିଷ୍ଠାତା, ରକ୍ତଦାତା ତଥା ବହୁମୁଖୀ ପ୍ରତିଭାଦୀପ୍ତ ବ୍ୟକ୍ତିତ୍ୱ ସ୍ୱର୍ଗତ କାଳିପ୍ରସାଦ ସାମନ୍ତରାୟଙ୍କ ୬୩ତମ ଜନ୍ମ ଜୟନ୍ତୀରେ ବରିଷ୍ଠ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦୁ୍ୟମ୍ନ ଶତପଥୀଙ୍କ ସଂଯୋଜନା ଓ ବିଶିଷ୍ଟ ଶିକ୍ଷାବିତ, ଭାଷାପ୍ରାଣ ସୀତା ବଲ୍ଲଭ ମହାପାତ୍ରଙ୍କ ସଭାପତିରେ ସ୍ୱର୍ଗତ ସାମନ୍ତରାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି·ରଣ ପୂର୍ବକ ଶ୍ରୀଯୁକ୍ତ ଶତପଥୀ ମତବ୍ୟକ୍ତ କରିଥିଲେ ଯେ, ଗରବି ବିଦ୍ୟାର୍ଥୀଙ୍କୁ ମାଗଣାରେ ବୈଷୟିକ ଶିକ୍ଷା ପ୍ରଦାନ, ବୃକ୍ଷରୋପଣ, ରକ୍ତଦାନ, ଭାଷା ଆନେ୍ଦାଳନର ପ୍ରତିଷ୍ଠାତା ସଦସ୍ୟ ଭାବେ କାର୍ଯ୍ୟ କରିବା ସହିତ ଝାଡ଼ଖଣ୍ଡରେ ଓଡ଼ିଆଭାଷାକୁ ଦ୍ୱିତୀୟ ଆଞ୍ଚଳିକ ଭାଷାର ମାନ୍ୟନା ଦେବା, ମହାପୁରୁଷ ମାନଙ୍କ ଜୟନ୍ତୀ ଓ ଶ୍ରାଦ୍ଧ ଦିବସ ପାଳନ କରିବା ପ୍ରମୁଖ ତାଙ୍କ ସାରସ୍ୱତ କୃତିମାନଙ୍କ ମଧ୍ୟରେ ଅନ୍ୟତମ । ବହୁ ଅନୁଷ୍ଠାନର ପ୍ରତିଷ୍ଠାତା ସହିତ ମା, ମାଟି, ମାତୃଭାଷା ପାଇଁ ସେ ଥିଲେ ଜଣେ ସମର୍ପିତ ପ୍ରତିଭା । ଶ୍ରୀଯୁକ୍ତ ମହାପାତ୍ର କହିଲେ ଯେ, କାଳିବାବୁଙ୍କ ଆଦର୍ଶକୁ ଯୁବପିଢି ଅନୁସରଣ କରିବା ଆବଶ୍ୟକ । ଆଗାମୀ ‘ନମାମି ମନ୍ଦାକିନୀ ମହୋତ୍ସବ-୨୦୨୬’ରେ ସ୍ୱର୍ଗତ କାଳିପ୍ରସାଦଙ୍କ ସ୍ମୃତିରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କୁ ‘କାଳିପ୍ରସାଦ ସାମନ୍ତରାୟ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ । ଉକ୍ତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦିକା ଗୌତମୀ ସାମନ୍ତରାୟ, ଅଧ୍ୟକ୍ଷ ରାଷ୍ଟ୍ର ରଞ୍ଜନ ମହାନ୍ତି, ଭାଷାପ୍ରାଣ ଶେଷଦେବ ବଳିୟାରସିଂ, ପୂଜ୍ୟପୂଜା ପ୍ରାଣ ପ୍ରଶାସନିକ ଅଧିକାରୀ ସ୍ମରଣିକା ମଲ୍ଲିକ, ପତ୍ରକାର ଅରବିନ୍ଦ୍ର ତି୍ରପାଠୀ, ବରିଷ୍ଠ ସାମାଜିକ କର୍ମୀ କ୍ରାନ୍ତି କୁମାର ସାକସେନାଙ୍କ ସମେତ ଅନୁଷ୍ଠାନ ବିଦ୍ୟାର୍ଥୀ ସମୂହ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସମାଜସେବୀ ଗୀତାଞ୍ଜଳି ଜେନା ।
ସ୍ୱର୍ଗତ କାଳିପ୍ରସାଦ ସାମନ୍ତରାୟଙ୍କ ୬୩ତମ ଜନ୍ମ ଜୟନ୍ତୀ ଅନୁଷ୍ଠିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ