ଆର ପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ୱର: ଗତ କିଛି ଦିନ ହେବ ସେ ଲିଭର ସିରୋସିସ୍ ରୋଗରେ ପୀଡିତ ହୋଇ ଚିକିସôିତ ହେଉଥିଲେ । ସେ ୬୬ବର୍ଷ ବୟସରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଗତ କିଛି ଦିନ ତଳେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଚିକିସôା ନିମନ୍ତେ । ସେ ଆଇସିୟୁରେ ଚିକିସôାଧିନ ଅବସ୍ଥାରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବା ଯୋଗୁ ତାଙ୍କୁ ଏୟାର ଲିପ୍ଟ ମାଧ୍ୟମରେ ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଚିକିସôାଧୀନ ଅବସ୍ଥାରେ ଗୁରୁବାର ରାତିରେ ପରଲୋକ ଘଟିଛି । ଭେଟେରାନ୍ ଅଭିନେତା ଉତ୍ତମ ମହାନ୍ତି ୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ତାଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page