ଆହୁରି ୨ ମାସ ବଢିଲା E-KYC ଅବଧି

ଭୁବନେଶ୍ବର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଆହୁରି ୨ ମାସ ବଢିଲା E-KYC  ଅବଧି । ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ ଋ-କଣଉ ଶେଷ ହୋଇଛି । ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ୟ୍ୟ କରିଥିଲେ। ଏବେ ଯାଏ ୮ ଲକ୍ଷ ରାସନ କାର୍ଡ ବାଣ୍ଟି ସାରିଲେଣି ସରକାର। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ ଲକ୍ଷରୁ ଅଧିକ ରାସନ କାର୍ଡ ହିତାଧିକାରୀ ନିଜର ଇ-କେୱାଇସି କରିନାହାନ୍ତି। ତେବେ ଇ-କେୱାଇସି କରି ନଥିବା ହିତାଧିକାରୀ ପୂର୍ବଭଳି ରାମସ ସାମଗ୍ରୀ ପାଇବା ଜଣାପଡ଼ିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧ଲକ୍ଷ ୪୨ହଜାର ୩୫୭ ଜଣ, କଳାହାଣ୍ଡି ୭୧ ହଜାର, ବଲାଙ୍ଗୀର ୬୮ ହଜାର, ବାଲେଶ୍ଵର ୬୪ ହଜାର, ମୟୂରଭଞ୍ଜ ୬୧ ହଜାର, ପୁରୀ ୬୨ ହଜାର, ଯାଜପୁରରେ ୬୦ ହଜାର ଲୋକ ଏହି ପ୍ରକ୍ରିୟାରେ ସାମିଲ ହୋଇନାହାନ୍ତି। ଦେବଗଡ଼ ଜିଲ୍ଲାରେ ସର୍ବନିମ୍ନ ୬୪୫୩ ଜଣଙ୍କ ଇ-କେୱାଇସି ହୋଇନାହିଁ । ଏହାରି ଭିତରେ ଆଉ ଦୁଇମାସ ବଢ଼ିଛି ଅବଧି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page