‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବେ?ଷ୍ଣବ ଓ ଜୁଏଲ୍ ଓରାମ୍ ଉପସ୍ଥିତ ଅଛନ୍ତି। କନ୍େକ୍ଲଭ୍ରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା ବ୍ୟତୀତ ସିଇଓ ରାଉଣ୍ଡ୍େଟବୁଲ୍‌, ମହିଳା ନେତୃତ୍ୱ ରାଉଣ୍ଡ୍େଟବୁଲ୍ ଓ ଏଡିଟର୍ସ ରାଉଣ୍ଡ୍େଟବୁଲ୍ ଅନୁଷ୍ଠିତ ହେବ। ଫୋକସ୍ରେ ଥିବା ଦେଶଗୁଡ଼ିକୁ ମଧ୍ୟ ନେଇ ଏକ ସ୍ୱତନ୍ତ୍ର ଅଧିବେଶନ ଆୟୋଜନ କରାଯିବ। କନ୍େକ୍ଲଭ୍ର ପ୍ରଥମ ଦିନରେ ୫ଟି ଓ ଦ୍ୱିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ। ଜାନୁଆରି ୩୦ରେ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ। ସେଥିରେ ୧୫୦ରୁ ଅଧିକ ପ୍ରଦର୍ଶନକାରୀ ସେମାନଙ୍କ ଉତ୍ପାଦ, ସେବା ଓ ସମାଧାନ ପ୍ରଦାନ କରିବେ।
ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନ୍େକ୍ଲଭ୍ ୨୦୨୫। କନକ୍ଲେଭ୍ ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍ ମଧ୍ୟ ଭାଗନେବେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍େକ୍ଲଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି।୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍େକ୍ଲଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। କନ୍େକ୍ଲଭ୍ରେ ଭାଗ ନେବାକୁ ଆସୁଥିବା ପ୍ରତିନିଧିଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବିଷୟରେ ପରିଚିତ କରାଇବା ଲାଗି ଓଡ଼ିଶା ଡ୍ୟାନ୍ସ ଏକାଡେମି ପକ୍ଷରୁ ପ୍ରଥମ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦ୍ୱିତୀୟ ଦିନରେ ସଂସ୍କୃତି ବିଭାଗ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଉଭୟ ଦିନର ସନ୍ଧ୍ୟାରେ ଡ୍ରୋନ୍ ସୋ’ ଅନୁଷ୍ଠିତ ହେବ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page