‘ଭବାନୀପାଟଣା, ୧୬/୦୩: (ଜଗନ୍ନାଥ ନାଏକ): ଉତ୍କଳ ବୁଲେଟିନ : ‘ପ୍ରାରମ୍ଭ’ ଛାତ୍ରଛାତ୍ରୀଙ୍କର, ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ପ୍ରେରଣାର ଉତ୍ସ । ପ୍ରକୃଷ୍ଟ ଆରମ୍ଭ ହେଉଛି ପ୍ରାରମ୍ଭ । ପ୍ରାରମ୍ଭ ଏକ ଅଭିନବ ରୂପରେ ଜନ୍ମ ନେଇଛି ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟରେ । ପୂର୍ବରୁ ଯେତେଥର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି ସେଇଠି ବାହ୍ୟ ସାଂସ୍କୃତିକ ଦଳକୁ ଗୁରୁତ୍ୱ ଦିଆଯାଉଥିଲା । ସେମାନେ ତାଙ୍କର ନୃତ୍ୟ ପ୍ରଦର୍ଶନ କରୁଥିଲେ । ଛାତ୍ରଛାତ୍ରୀମାନେ କେବଳ ଦର୍ଶକ ରୂପେ ଉପନୀତ ହେଉଥିଲେ । ପ୍ରାରମ୍ଭ ଏକ ନୂଆ ମୋଡ ନେଇ ଛାତ୍ରଛାତ୍ରୀଙ୍କୁ ଗୁରୁତ୍ୱ ଦେଇଛି । ଛାତ୍ରଛାତ୍ରୀଙ୍କ କଳାର ବିକାଶ ପାଇଁ ପ୍ରାରମ୍ଭ ସାଜିଛି ଏକ ପ୍ରୟୋଗଶାଳା । ଏଥିରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ନୃତ୍ୟ, ଗୀତ ଓ ହାସ୍ୟୋଦ୍ଦୀପକ ନୃତ୍ୟ ପ୍ରଦର୍ଶନ କରି ମନୋରଞ୍ଜନ କରିଥିଲେ । ଛାତ୍ରଛାତ୍ରୀମାନେ ନିଜର କଳାକୁ ନିଜେ ଚିହ୍ନି ଅନ୍ୟକୁ ପରିଚୟ ଦେଇଥିଲେ । ସାଂସ୍କୃତିକ ମଞ୍ଚକୁ ପରିଚାଳନା କରିବାରେ ଛାତ୍ରଛାତ୍ରୀମାନଙ୍କ ପ୍ରମୁଖ ଭୂମିକା ରହିଥିଲା । ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ପ୍ରାରମ୍ଭ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବଟି ଭାରପ୍ରାପ୍ତ କୁଳପତି ଡକ୍ଟର ନିବେଦିତା ନାଥଙ୍କ ତତ୍ତ୍ବାବଧାନରେ ପରିଚାଳିତ ହୋଇଥିଲା । ମୋ ପିଲାମାନଙ୍କ ଖୁସି ହିଁ ମୋ ଖୁସି ବୋଲି ଭାରପ୍ରାପ୍ତ କୁଳପତି ଛାତ୍ରଛାତ୍ରୀଙ୍କ ଭିତରେ ଶ୍ରଦ୍ଧା ବାଣ୍ଟିଥିଲେ । କୁଳସଚିବ ଶ୍ରୀ ପିତାମ୍ବର ଭୋଇ ଅତିଥିମାନଙ୍କ ପରିଚୟ ପ୍ରଦାନ ପୂର୍ବକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ଯ ଅତିଥି ରୂପେ ମାନ୍ୟବର ଜିଲ୍ଲାପାଳ ଶ୍ରୀ ପାୱାର ସଚିନ ପ୍ରକାଶ, ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଯୁବପିଢୀ ଦ୍ୱାରା ସବୁ ସମ୍ଭବ ବୋଲି ଅଭିମତ ପ୍ରକାଶ କରି ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଦକ୍ଷତାଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁ ଉତ୍ସାହିତ କରିଥିଲେ । ସାଂପ୍ରତିକ ସମୟରେ ବୈଷୟିକ ଜ୍ଞାନ କୌଶଳ ହିଁ ଛାତ୍ରଛାତ୍ରୀମାନଙ୍କୁ ଦେଶ ବିଦେଶରେ ପରିଚିତ କରାଇବା ସହିତ ରାଷ୍ଟ୍ରର ସମୃଦ୍ଧି ଦିଗରେ ସହାୟକ ହୋଇପାରିବ ବୋଲି ମଧ୍ଯ ମୁଖ୍ଯ ଅତିଥି କହିଥିଲେ । ମୁଖ୍ଯ ବକ୍ତାରୂପେ ପ୍ରଫେସର ଏସ୍ ଏସ୍ ଦାସ, ଅଧ୍ୟକ୍ଷ, ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ, ଭବାନୀପାଟଣା ଯୋଗଦାନ କରି ଶୃଙ୍ଖଳା ତଥା ସଂସ୍କାର ହେଉଛି ଛାତ୍ରଛାତ୍ରୀମାନଙ୍କ ଭୂଷଣ ବୋଲି ମାର୍ଗଦର୍ଶନ କରିଥିଲେ । ସମ୍ମାନିତ ଅତିଥି ରୂପେ ପ୍ରଫେସର ବସନ୍ତ କୁମାର ପ୍ରଧାନ, ଡିନ୍ ସହୀଦ ରେଣ୍ଡୋ ମାଝୀ ଭେଷଜ ମହାବିଦ୍ୟାଳୟ, ଉପସ୍ଥିତ ହୋଇ ଛାତ୍ରଛାତ୍ରୀମାନେ ତ୍ୟାଗୀ, ଉଚ୍ଚ ଅଭିଳାଷୀ ତଥା ଜିଜ୍ଞାସୁ ପ୍ରବୃତ୍ତିର ହେବା ଉଚିତ ବୋଲି କହିଥିଲେ । ଛାତ୍ର ମଙ୍ଗଳ ନିର୍ଦ୍ଦେଶିକା ଡକ୍ଟର ମଧୁଲିକା ସାହୁ ବିଶ୍ୱବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ପ୍ରବନ୍ଧ, ବକ୍ତୃତା, କବିତା ଲିଖନ, ଚିତ୍ରାଙ୍କନ, ସଂଗୀତ , ନୃତ୍ୟ, ବାଦ୍ୟବାଦନ, କୁଇଜ, ଜଷ୍ଟ ଏ ମିନିଟ୍, ସ୍କିଟ୍, ଏକକ ଅଭିନୟ, ସାମରିକ ବାହିନୀ, ଅର୍ଥ ରେଡକ୍ରସ, ଜାତୀୟ ସେବା ଯୋଜନା, କ୍ରୀଡା, ଗବେଷଣା ପ୍ରଭୃତି କ୍ଷେତ୍ରରେ ରାଜ୍ୟ ତଥା ଜାତୀୟ ସ୍ତରରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ବିଶ୍ୱବିଦ୍ୟାଳୟର ଶୈକ୍ଷିକ ପରିଷଦ, ପରୀକ୍ଷା ବିଭାଗ, ମହାବିଦ୍ୟାଳୟ ବିକା ପରିଷଦ, ଛାତ୍ର ମଙ୍ଗଳ, ଗବେଷଣା ପରିଷଦ, ନାମଲେଖା, ଲାଇବ୍ରେରୀ, ସମର ଶିକ୍ଷାର୍ଥୀ ବାହିନୀ, ଜାତୀୟ ସେବା ଯୋଜନା, ୟୁଥ ରେଡକ୍ରସ, କ୍ରୀଡା ପରିଷଦ, ତଥା ଅନ୍ୟାନ୍ୟ ବିଭାଗରେ ନିଜକୁ ସମର୍ପଣ କରି କାର୍ଯ୍ୟ କରୁଥିବା ତଥା ନାନା ବାଧାବିଘ୍ନ ସତ୍ତ୍ୱେ ଏହି ବିଶ୍ୱବିଦ୍ୟାଳୟକୁ ଆଗେଇନେବା ପାଇଁ ଯେଉଁମାନେ ପ୍ରାଣପଣେ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ଯ ସମ୍ବର୍ଦ୍ଧନା କରାଯାଇଥିଲା । ଉପ-କୁଳସଚିବ ମେଜର ଡକ୍ଟର ଜୟଦେବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଶ୍ୱବିଦ୍ୟାଳୟ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ଅତ୍ୟନ୍ତ ଉତ୍ସାହର ସହିତ ପ୍ରାରମ୍ଭ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।
ଉତ୍ସାହ ଓ ଉଦ୍ଦୀପନାର ପ୍ରତୀକ ହେଉଛି ‘ପ୍ରାରମ୍ଭ’
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦଘାଟିତ
ଟଙ୍କପାଣି ଗ୍ରାମରେ ଶ୍ରୀ ର୍ତ୍ତିକେଶ୍ୱରଙ୍କ ୪୫ ତମ ବାର୍ଷିକ ପୂଜା ଅନୁଷ୍ଠିତ
ପଞ୍ଚୁକରେ କମ୍ପୁଛି ମଦନ ମୋହନ ପୀଠ