ଭବାନୀପାଟଣା, ୨୪/୦୪, ଉତ୍କଳ ବୁଲେଟିନ, (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ଟାଉନହଲ ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହୋଇଯାଇଛି। ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, କଳାହାଣ୍ଡି ସାଂସଦ ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ସଦର ବିଧାୟକ ଙ୍କ ପ୍ରତିନିଧି ଧନୁର୍ଜୟ ଗହୀର, ବିଧାୟକ ଧର୍ମଗଡ଼ ଙ୍କ ପ୍ରତିନିଧି ଜଗ ବନ୍ଧୁ ସାହୁ,ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ,ଭବାନୀ ପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ ଭୋଇ, ତହସିଲଦାର ଅଧିକାରୀ ସୁଚିସ୍ମିତା ମିଶ୍ର, ପ୍ରମୁଖ ଯୋଗଦେଇ ଥିଲେ। ପ୍ରାରମ୍ଭ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ପାଢି ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହିତ ପଞ୍ଚାୟତିରାଜ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ଜିଲ୍ଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ଏଥିରେଆର୍ଥିକ ବର୍ଷ 2024-25 ପାଇଁ ଜିଲ୍ଲାରେ ମୋଟ 1,20,665 ସଂଖ୍ୟାକ ପ୍ରକଳ୍ପ ଗ୍ରହଣ କରାଯାଇଛି, 28,389 ସଂଖ୍ୟା କ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ 51, 376 ସଂଖ୍ୟାକ ପ୍ରକଳ୍ପ ର କାର୍ଯ୍ୟ ଚାଲୁରହିଛି। ସେଥିମଧ୍ୟରୁ 19,181 ସଂଖ୍ୟାକ ଜଳ ସଂରକ୍ଷଣ ଏବଂ ଜଳ ସଂଗ୍ରହ ପ୍ରକଳ୍ପ ଗ୍ରହଣ କରାଯାଇ 3,954 ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି। ମୋଟ 5,473 ସଂଖ୍ୟାକ ଗ୍ରାମୀଣ ସଂଯୋଗ ପ୍ରକଳ୍ପ ଗ୍ରହଣ କରାଯାଇ 707 ସଂଖ୍ୟାକ ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି। ମୋଟ 2,800 ସଂଖ୍ୟାକ ପାରମ୍ପରିକ ଜଳାଶୟ ପୁନରୁଦ୍ଧାର ପ୍ରକଳ୍ପ ଗ୍ରହଣ କରାଯାଇ 546 ସଂଖ୍ୟା କ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ ଏଥିସହ ମୋଟ 7,240 ସଂଖ୍ୟାକ ଭୂମି ଉନ୍ନୟନ ପ୍ରକଳ୍ପ ଗ୍ରହଣ କରାଯାଇ 2,172 ସଂଖ୍ୟାକ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ଏସ୍ ବି ଏମ୍, ଅଧୀନରେ 1976 ଟି ଗ୍ରାମକୁ ଓ ଡି ଏଫ୍ ପ୍ଲସ୍ ମଡେଲ ଗ୍ରାମ ଘୋଷଣା କରାଯାଇଛି। 3,68,611 ଟି ସୌଚାଳୟର ନିର୍ମାଣ କରାଯାଇଛି ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ ସୂଚନା ଦେଇଥିଲେ। ମୁଖ୍ୟ ଅତିଥି ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ଜିଲ୍ଲା ତଥା ରାଜ୍ୟ ର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କ୍ଷେତ୍ରରେ ସମସ୍ତଙ୍କର ସହଯୋଗ ର ଆବଶ୍ୟକତା ଉପରେ ଗୁରୁତ୍ଵ ଦେଇଥିଲେ। ଗ୍ରାମର ବିକାଶ ହେଲେ ଜିଲ୍ଲାର ବିକାଶ ହେବ ଏବଂ ଜିଲ୍ଲାର ବିକାଶ ହେଲେ ରାଜ୍ୟର ବିକାଶ ହେବ, ସମସ୍ତଙ୍କ ର ସହଯୋଗ ରେ ବିକାଶର ଧାରା କୁ ଆଗେଇ ନେବା ର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ସିଂଦେଓ କହିଥିଲେ। ଅନ୍ୟ ସମସ୍ତ ଅତିଥି ପଞ୍ଚାୟତି ରାଜ ବିଧିବ୍ୟବସ୍ଥା ରେ ମହିଳା ସଶକ୍ତିକରଣ ଓ ଗାଁ ର ଉନ୍ନତି ଓ ବିକାଶ ସମ୍ପର୍କରେ ଆଲୋକପାତ କରିଥିଲେ। 16 ତମ ପଞ୍ଚାୟତି ରାଜ ଦିବସ ପାଳନ ଅବସରରେ ଦଶଜଣ ଯୋଗ୍ୟ ହିତାଧିକାରୀ ମାନଙ୍କୁ ମଂଚ ରେ ଅତିଥି ମାନଙ୍କ ଦ୍ଵାର ନୁଆ ରାସନକାର୍ଡ ବଣ୍ଟନ କରାଯାଇଥିଲା ଏବଂ ଉତ୍ତମ କାର୍ଯ୍ୟ ଦକ୍ଷତା ପାଇଁ ଜିଲ୍ଲାର ଏ ବି, ସି ଗ୍ରେଡ ତାଲିକା ରେ ଥିବା ଗ୍ରାମପଞ୍ଚାୟତ ଙ୍କୁ ପୁରସ୍କାର ରାଶି ବାବଦକୁ ଡମି ଚେକ,ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା। ପୁରୀ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଆଭାସୀ ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସରକାରଙ୍କର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲା ସ୍ତରୀୟ ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ହିନ୍ଦୁ-ମୁସଲିମ୍ ଭାଇଚାରାର ଅନନ୍ୟ ଉଦାହରଣ: ମାଣିକାଗୋଡ଼ା ଦଶହରା
ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମ
ଦଶହରା ଅବସରରେ ଗୋ ସେବା କାର୍ଯ୍ୟକ୍ରମ