ନୂଆଦିଲ୍ଲୀ: ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାପାଇଁ ରୀତିଯୁଗୀୟ ସାହିତ୍ୟିରିତିରେ ଓଡ଼ିଆ କବି, ସାହିତ୍ୟିକ, ଲେଖକ, ଚିତ୍ରଶିଳ୍ପୀ ଡ଼ କୁଳମଣି ବିଶ୍ୱାଳଙ୍କ ଦ୍ୱାରା ରଚିତ “ପ୍ରେମାର୍ଦ୍ଧଶତ” କବିତା ପୁସ୍ତକ ହିନ୍ଦୀ ସଙ୍କଳନର ଉନ୍ମୋଚନ ଉତ୍ସବ ସ୍ଥାନୀୟ ଆଇ.ଆଇ.ଏମ.ସି. ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ମୁଖ୍ୟବକ୍ତାଭାବରେ ଭଞ୍ଜ ସାହିତ୍ୟରେ ପ୍ରବୀଣ ବକ୍ତା ବାଗ୍ମୀ ତଥା ରୀତିଯୁଗୀୟ ସାହିତ୍ୟ ସାଧକ ଡ଼.କୃଷ୍ଣ କେଶବ ଷଡ଼ଙ୍ଗୀ ପୁସ୍ତକରେ କିପରି ରୀତିଯୁଗୀୟ ସାହିତ୍ୟ ଶବ୍ଦ ଭରିରହିଛି ତାହା ବର୍ଣ୍ଣନା କରିଥିଲେ | ବିତ୍ତ୍ୱିୟ କ୍ଷେତ୍ରରୁ, ପ୍ରଶାସନିକ କ୍ଷେତ୍ରରୁ, ସାହିତ୍ୟିକ କ୍ଷେତ୍ରରୁ, ଚିତ୍ରଶିଳ୍ପୀ କ୍ଷେତ୍ର ପର୍ଯ୍ୟନ୍ତ ପରିବ୍ୟାପ୍ତ ଡ଼ ବିଶ୍ୱାଳ ଜଣେ ଉଚ୍ଚକୋଟୀର ସାହିତ୍ୟିକ ନିଶ୍ଚୟ | ସୃଷ୍ଟିର ସୃଷ୍ଟିକୁ ସ୍ରଷ୍ଟାଙ୍କ ଠାରୁ ଆଣି ପୁଣି ସୃଷ୍ଟିକୁ ବାଣ୍ଟିବା କଳା ନିଶ୍ଚୟ ଡ଼. ବିଶ୍ୱାଳଙ୍କ ପାଖରେ ଅଛି ଏଥିରେ ସନ୍ଦେହ ନାହିଁ ବୋଲି ସ୍ୱତନ୍ତ୍ର ବକ୍ତା ଡ଼ ଦେବେନ୍ଦ୍ର ମାଝୀ ମତବ୍ୟକ୍ତ କରିଛନ୍ତି | ଅନ୍ୟମାନଙ୍କ ମଧ୍ୟରେ ଡ଼. ବିଶ୍ୱାଳଙ୍କର ଅବାହନରେ “ପଲ୍ଲୀବାଣୀ” ରଥର ସାରଥୀ ରାମଚନ୍ଦ୍ର ନାଥ, ସଞ୍ଜିବ ପାଟଜୋଷୀ ଏବଂ ହଜଖାସ ଜଗନ୍ନାଥ ମନ୍ଦିରର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ | ଓଡ଼ିଶା ବାହାରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସମସ୍ତ ଆଲୋଚକ ମାନଙ୍କୁ ସାଧୁବାଦ ଜଣାଇବା ସହ ରୀତିଯୁଗର ସାହିତ୍ୟିକ ମାନଙ୍କର କାଳଜୟୀ ରଚନା ଆମମାନଙ୍କ ପାଇଁ ମହାର୍ଘ୍ୟ ବୋଲି ଭାଷା ଆନ୍ଦୋଳନ,ଓଡ଼ିଶାର ଆବାହକ ପବିତ୍ର ମହାରଥା ବର୍ଣ୍ଣନା କରିଥିଲେ | ପୁସ୍ତକ ଉନ୍ମୋଚନ ଉତ୍ସବରେ ମାନ୍ୟବର ସାଂସଦ ଡ଼ ବିଭୂପ୍ରସାଦ ତରାଇ “ପ୍ରେମାର୍ଦ୍ଧଶତକ” ହିନ୍ଦୀ ସଂସ୍କରଣକୁ ଉନ୍ମୋଚିତ କରି ଓଡ଼ିଆ ଭାଷା ସାହିତ୍ୟକୁ ପ୍ରବାସରେ ବି ଆମ୍ଭେ ବଞ୍ଚାଇ ରଖିବା ପାଇଁ ଚେଷ୍ଟା କରିଛେ ତାହାହିଁ ଆମ ମାତୃଭୂମି ମାତୃଭାଷା ପାଇଁ ଅର୍ଘ୍ୟ | ସ୍ୱତନ୍ତ୍ର ବକ୍ତା ଭାବରେ ସାଂସଦ ସୁକାନ୍ତ ପାଣିଗ୍ରାହୀ ଓଡ଼ିଆ ଭାଷା ସାହିତ୍ୟ ଆମ ଜୀବନଶୈଳୀରେ ଅଭିନ୍ନ ଅଙ୍ଗ | ଶତାଧିକ ଓଡ଼ିଆ, ଇଂରାଜୀ ପୁସ୍ତକକୁ ହିନ୍ଦୀରେ ଅନୁବାଦ କରି ହିନ୍ଦୀ ସାହିତ୍ୟକୁ ରୁଦ୍ଧିମନ୍ତ କରିବା ସହିତ ଭାରତୀୟ ଭାଷାକୁ ସମସ୍ତ ପ୍ରାନ୍ତୀୟ ଭାଷା ସହିତ ସମନ୍ୱୟ ରକ୍ଷା କରିବା ପାଇଁ ଚେଷ୍ଟା ଜାରି ରଖିଥିବା ଡ଼. ଦୀନେଶ କୁମାର ମାଲୀ ଉଶ୍ଚବରେ ଉପସ୍ଥିତ ଥିଲେ | ପ୍ରେମାର୍ଦ୍ଧଶତକ ପୁସ୍ତକର ଅନୁବାଦ ମତେ ରୀତିଯୁଗକୁ ଟାଣିନେଇଥିଲା ବୋଲି ପ୍ରକାଶ କରିଥିଲେ ଡ଼. ମାଲୀ | ଅନ୍ୟମାନଙ୍କ ମଧ୍ୟରେ ଡ଼. ରମାକାନ୍ତ ଶର୍ମା , ଡ଼. ଡି.ପି. ମିଶ୍ର ପ୍ରମୁଖ ପ୍ରେମାର୍ଦ୍ଧଶତକ ପୁସ୍ତକ ନିଶ୍ଚିତ ଭାବରେ ସାହିତ୍ୟ ଜଗତ ପାଇଁ ପ୍ରାଣର ସମ୍ଭାର ସୃଷ୍ଟି କରିପାରିଛି | ସ୍ୱନାମଧନ୍ୟା କଣ୍ଠଶିଳ୍ପୀ ସୁସ୍ମିତା ଦାସଙ୍କର କଣ୍ଠରେ ଡ଼. କୁଳମଣି ବିଶ୍ୱାଳଙ୍କର ରଚିତ ସଙ୍ଗୀତ ସହିତ ଡ଼, ବିଶ୍ୱାଳଙ୍କର ଜୀବନ୍ତ ଚିତ୍ରକଳା ସଭାଟିକୁ ମନ୍ତ୍ରମୁଗ୍ଧ କରୁଥିବାବେଳେ | ନୃତ୍ୟଶିଳ୍ପୀ ଦିବ୍ୟାସିଂ ରାଉତ ,ଦକ୍ଷ୍ୟା ସାମଲ,ସ୍ନେହାଲି ଜେନା ,ପ୍ରିୟଦର୍ଶିନୀ ମାନଙ୍କର ନୃତ୍ୟ ଓ ସଙ୍ଗୀତପରିବେଷଣ କରିଥିଲେ | ଏହି ଭାବଧାରରେ ଡ଼ ବିଶ୍ୱାଳଙ୍କ ଦ୍ୱାରା ଅଙ୍କାଯାଇଥିବା ଚିତ୍ରକଳାକୁ ପ୍ରବୀର ମହାନ୍ତି ନଗଦ ୧୧ ହଜାର ଟଙ୍କାରେ କିଣିନେଇଥିଲେ | ଶେଷରେ ବରିଷ୍ଠ ସାମ୍ବାଦିକ କିଶୋର ଦ୍ବିବେଦୀଙ୍କର ଧନ୍ୟବାଦ ପ୍ରସ୍ତାବ ଅତ୍ୟନ୍ତ ଭାବ ବିହ୍ଵଳ ସୃଷ୍ଟି କରିଥିଲା | ସବୁଦିନ ଆଜି ପରି ଦିନ ହୋଇଯାଉ ଡ଼, ବିଶ୍ୱାଳ ଏମିତି ସୃଷ୍ଟି କରୁଥାନ୍ତୁ ଏମିତି ଚିତ୍ର ଆଙ୍କୁଥାନ୍ତୁ ଏମିତି ଓଡ଼ିଆର ଭାବ ଏହିପରି ଜଗନ୍ନାଥଙ୍କ ସୃଷ୍ଟିକୁ ରୁଦ୍ଧିମନ୍ତ କରୁଥାଉ ଜଗତର ନାଥ ଶ୍ରୀଜଗନ୍ନାଥ ପାଖରେ ଏତିକି ପ୍ରାର୍ଥନା | ଏହି ଅବସରରେ କୋଲ ଇଣ୍ଡିଆ ର ଅଧ୍ୟକ୍ଷ ପି.ଏମ ପ୍ରସାଦ ଓପିଜିସି ର ବିତ୍ତ୍ୱାଧିକାରୀ ଗଗନ ବିହାରୀ ସ୍ୱାଇଁ ଏବଂ ଡ଼ ବିପିନ ମିଶ୍ର ଏବଂ ଯୋଗେଶ ସାଇଗଲ ପ୍ରମୁଖ ଡ଼ ବିଶ୍ୱାଳଙ୍କୁ ଶୁଭେଚ୍ଛା ଜଣାଇଥିଲେ | ଅନ୍ୟମାନଙ୍କ ମଧ୍ୟରେ ବହୁ ଓଡ଼ିଆ ସଙ୍ଗଠନ ମାନେ ସହଯୋଗ କରିଥିଲେ ସେମାନଙ୍କ ମଧ୍ୟରେ ଗୋବର୍ଦ୍ଧନ ଧଳ ,ରିତା ପାତ୍ର ପ୍ରମୁଖତାର ସହିତ ସଭାକାର୍ଯ୍ୟ ପରିଚାଳନା କରିଥିଲେ |
କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ