ଗ୍ରୀଷ୍ମ ପ୍ରବାହ ବୃଦ୍ଧି ସମ୍ଭାବନା; ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ୧୪ ତାରିଖରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୁଣି ବଢ଼ିଛି। ରାଜ୍ୟର ଆଜି ୨୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ବାରିପଦାରେ ସବୁଠି ଅଧିକ ଖରା ହୋଇଛି। ରାଜ୍ୟରେ ଆଗକୁ ମଧ୍ୟ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସେଥିପାଇଁ ପାଣିପାଗ ବିଭାଗ ଆସନ୍ତା ୫ ଦିନ ପାଇଁ ଗ୍ରୀଷ୍ମ ପ୍ରବାହ ଓ ଉଷ୍ମ-ଆଦ୍ର ସ୍ଥିତି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୦ ତାରିଖ ବେଳକୁ ପାଗରେ ସାମନ୍ୟ ପରିବର୍ତ୍ତନ ଆସିପାରେ। ସେହିଦିନ ରାଜ୍ୟର କିଛି ଅଞ୍ଚଳରେ ହାଲ୍‌କା ବର୍ଷା ହୋଇପାରେ। ସେହିପରି ୨୧ ଓ ୨୨ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। ରାଜ୍ୟକୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତା’ସହିତ ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ-ଆଦ୍ର ପାଣିପାଗ ସ୍ଥିତି ରହିବାର ସମ୍ଭାବନା ଥିବାରୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲ୍ଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ରେକର୍ଡ କରାଯିବାର ସମ୍ଭାବନା ରହିଛି। ଗତକାଲି ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିଲା I

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page