ଜୀଵନଦେଇପୁର ସ୍କୁଲର ବାର୍ଷିକ ଉତ୍ସବପାଳିତ

ଚିଲିକା: ବାଣପୁର ବ୍ଲକ ଅନ୍ତର୍ଗତ ଦୀନବନ୍ଧୁ ପୁର କ୍ଲଷ୍ଟର ଅଧୀନ ଜୀବନ ଦେଇ ସ୍କୁଲର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ସାହୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ନାଚୁଣୀ ଗ୍ରାମ ପଞ୍ଚାୟତର ସରପଞ୍ଚ ସ୍ବପ୍ନାଞ୍ଜଳି ପଲେଇ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ବାଣପୁର ବ୍ଲକ ଏ ବି ଇ ଓ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ଦାଶ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନୀଳାଚଳ ଦାଶ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ଵୋଧନ ଦେଇଥିଲେ। ଦୀନବନ୍ଧୁ ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କିଶୋର ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତୀତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ ଵିଚିତ୍ରା ପରିବେଷଣ କରାଯାଇଥିଲା।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page