ଜନ୍ମ ମୃତ୍ୟୁ ପ୍ରମାଣପତ୍ର ପାଇଁ ନେଉଥିଲେ ୪ ହଜାର ଟଙ୍କା
କଳାହାଣ୍ଡି, ୨|୧(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲେ ଭିଜିଲାନ୍ସ ଟିମ |ଏଭଳି ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ |ଏହି ଡାକ୍ତର ଖାନାର କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ।
ତଲଝାପି ପଞ୍ଚାୟତ ର ନିକେସଜୋର ଗ୍ରାମର ଅର୍ଜୁନ ନାଏକ,ବବଲୁ ନାଏକ ଓ ଘାସିରାମ ମାଝୀଙ୍କ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ । ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ । ଆଜି ସନ୍ଧ୍ୟାରେ ୩ ଜଣ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ପରେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ରଙ୍ଗବୋଳା ଟଙ୍କା ସହ କାବୁ କରିଥିଲେ । ପୁର୍ବରୁ ପ୍ରତ୍ୟେକ ଆବେଦନକାରୀ ଙ୍କ ଠାରୁ ୨ହଜାର ଲେଖାଏ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ, ଯିଏ ଲାଞ୍ଚ ନ ଦେଲା ତାଙ୍କୁ ଲାଞ୍ଚୁଆ ସୁପର ଭାଇଜର ଲକ୍ଷ୍ମୀ ମହାରଣା ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ମଧ୍ୟ ହୋଇଥିଲା ।