ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ଭିଜିଲାନ୍ସ ଜାଲରେ

ସୁବର୍ଣ୍ଣପୁର: ଭିଜିଲାନ୍ସ ବିଭାଗର ଚଢ଼ାଉ । ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋନପୁର ସ୍ଥିତ ଭଡାଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ବିଳମ୍ବିତ ରାତିରୁ ଚଢ଼ାଉ ଜାରି ରଖିଛି । ରେଡରେ ସୋନପୁର ଭିଜିଲାନ୍ସ ବିଭାଗ ର ଅଧିକାରୀ ସାମିଲ ଅଛନ୍ତି । ଭୁବନେଶ୍ୱର ପଟିଆ, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବରଗଡ଼ର ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ୨ ଆଡିସନାଲ ଏସପି, ୩ ଡିଏସପି, ୭ ଇନସ୍ପେକ୍ଟରଙ୍କ ନେତୃତ୍ୱରେ ଚାଲିଛି ରେଡ୍। ପୈତୃକ ଘର ସମେତ କାର୍ଯ୍ୟାଳୟ, ସମ୍ପର୍କୀୟଙ୍କ ଘର, ଇଟା ଭାଟି ଓ ପେଟ୍ରୋଲ ପମ୍ପରେ ଏହି ଚଢ଼ାଉ କରାଯାଉଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News