ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୨୧ ଅର୍ଥାତ୍ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହୋଇ ଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କେବଳ ଏକ ବ୍ୟାୟମ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଭାରତୀୟ ସଂସ୍କୃତି ଏବଂ ଯୋଗ ପରମ୍ପରାରୁ ସୃଷ୍ଟି ହୋଇଥିଲେ ମଧ୍ୟ ସେଥିପାଇଁ ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଏହା ଜଡିତ ନୁହେଁ। ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଏକ ଅବିଛେଦ୍ୟ ଅଙ୍ଗ ହେଉଛି ‘ଯୋଗ’, ଯାହା କେବଳ ଦେଶ ଭିତରେ ସୀମିତ ହୋଇ ରହିଥିଲା। କିନ୍ତୁ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ୨୦୧୪ ମେ’ ମାସରେ ଦାୟିତ୍ୱ ଗ୍ରହଣ କରିବାର ମାତ୍ର ଛ’ ମାସରେ ଯୋଗକୁ ସାରା ବିଶ୍ୱରେ ପରିଚିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଫଳରେ ୨୦୧୪ ଡିସେମ୍ବର ୧୧ ତାରିଖରେ ଜାତିସଂଘ ପ୍ରତିବର୍ଷ ଜୁନ ୨୧ ତାରିଖକୁ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଭାବେ ପାଳନ କରିବା ପାଇଁ ପ୍ରସ୍ତାବ ପାରିତ କରିଥିଲା। ଆଜି ପୃଥିବୀର ପ୍ରାୟ ସବୁ ଦେଶରେ ଲୋକେ ଆଗ୍ରହ ଏବଂ ଉତ୍ସାହର ସହିତ ଏହାକୁ ପାଳନ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page