ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି। ଏହାସହ ଭଞ୍ଜନଗର ଏନଏସି ମ୍ୟୁନିସିପାଲିଟି ହୋଇଛି। ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥ ନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News