ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍ଷ୍ମୀ ବସ୍ରା ଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ । ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ । ବୁଧବାର ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍ ଚାଲିଲା ଏବଂ ଏହାଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ । ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ । ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ । ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ । ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍ଚା ଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ । ଫଳରେ ବୁଧବାର ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଚଳାଚଳ ଆରମ୍ଭ କରିଛି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News