ଭୁବନେଶ୍ୱର: ଓଡ଼ିଆ ନବଜାଗରଣର ପୀଠ ହେଉଛି ସତ୍ୟବାଦୀ ଏବଂ ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ଓଡ଼ିଆ ଜାତୀୟ ଚେତନାର କେନ୍ଦ୍ର । ସତ୍ୟବାଦୀର ପଞ୍ଚସଖା ଥିଲେ ସମାଜର ଆଇନା ସଦୃଶ । ସେମାନେ ଶିକ୍ଷା ଦ୍ୱାରା ମାନବ ଜୀବନର ନୀତି ଆଦର୍ଶକୁ ପ୍ରତିଫଳନ କରାଇବା ସହିତ ଓଡ଼ିଶାର ବୌଦ୍ଧିକ ସ୍ୱତନ୍ତ୍ରତାର ବାର୍ତ୍ତାବହକ ଥିଲେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାକ୍ଷୀଗୋପାଳ ଠାରେ ସତ୍ୟବାଦୀ ମହୋତ୍ସବ ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ।
ସତ୍ୟବାଦୀର ଅସ୍ମିତା ଓ ଗୌରବକୁ ଆଧାର କରି ଏ ଅଞ୍ଚଳର ଆବଶ୍ୟକୀୟ ଭିତ୍ତିଭୂମି ଏବଂ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମଗ୍ର ଓଡ଼ିଶାକୁ ଶିକ୍ଷାର ଜ୍ୟୋତିରେ ଆଲୋକିତ କରୁଥିବା ଐତିହ୍ୟ ସମ୍ପନ୍ନ ସତ୍ୟବାଦୀ ବନ ବିଦ୍ୟାଳୟର ପୁନରୁଦ୍ଧାର ପାଇଁ ଆମ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ଏହି ବିଦ୍ୟାଳୟର ଐତିହ୍ୟ ଓ ପରମ୍ପରା ସମ୍ପର୍କରେ ବର୍ତ୍ତମାନର ପିଢ଼ିକୁ ଅବଗତ କରାଇବା ପାଇଁ ବକୁଳ ବନରେ ଏହାର ମୌଳିକ ଢାଞ୍ଚା ଅନୁରୂପ ଶିକ୍ଷା ପରିବେଶ ବିକଶିତ କରାଯିବ । ବକୁଳ ବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନରୁଦ୍ଧାର ଓ ବିକାଶ କରାଯାଇ ଏହାକୁ ଏକ ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ ବୋଲି ସେ କହିଥିଲେ । ସେ ପୁଣି କହିଥିଲେ, ଏଥିସହିତ ସାକ୍ଷୀଗୋପାଳ ମନ୍ଦିର ଓ ଏହାର ପାରିପାର୍ଶ୍ୱିକ ଅଞ୍ଚଳର ମଧ୍ୟ ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ସେ ସମୟରେ ଓଡ଼ିଶାର ଏକ ମଣିଷ ତିଆରି କାରଖାନା । ପଣ୍ଡିତ ଗୋପବନ୍ଧୁଙ୍କ ତତ୍ତ୍ୱାବଧାନରେ ଗୁରୁମାନଙ୍କ ତ୍ୟାଗ ଓ କର୍ତ୍ତବ୍ୟନିଷ୍ଠା ଫଳରେ ଏହି ବନ ବିଦ୍ୟାଳୟ ସମଗ୍ର ରାଜ୍ୟରେ ଏକ ଆଦର୍ଶ ଶିକ୍ଷାକେନ୍ଦ୍ର ଭାବରେ ପରିଗଣିତ ହେଉଥିଲା । ଏହି ବିଦ୍ୟାଳୟ ଛାତ୍ରମାନଙ୍କୁ ଚରିତ୍ରବାନ୍, ସେବା ପରାୟଣ ଓ ସ୍ୱାର୍ଥତ୍ୟାଗୀ କରି ଗଢ଼ି ତୋଳୁଥିଲା ଫଳରେ ସେମାନେ ମାନବ ସେବାକୁ ପ୍ରକୃତ ସେବା ଭାବେ ଗ୍ରହଣ କରୁଥିଲେ । ସତ୍ୟବାଦୀ ମହୋତ୍ସବରେ ଯୋଗ ଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ପରିଦର୍ଶନ କରି ଏହାର ଭିତ୍ତିଭୂମି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ବିଶ୍ୱ ବିଦ୍ୟାଳୟର କୁଳପତି, ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ । ମହୋତ୍ସବରେ ଓଡ଼ିଆ ବିଶ୍ୱ ବିଦ୍ୟାଳୟର ଉନ୍ନତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସତ୍ୟବାଦୀ ଠାରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ତ୍ୱରାନିତ କରାଯିବ । ଏହାକୁ ଓଡ଼ିଆ ଭାଷା ସାହିତ୍ୟର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯିବ । ଓଡ଼ିଆ ଅସ୍ମିତାର ପ୍ରଚାର ପ୍ରସାର ପାଇଁ ଏହା ଏକ ପ୍ରମୁଖ କେନ୍ଦ୍ର ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସତ୍ୟବାଦୀର ଇତିହାସକୁ ଅବତାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେଶ ସ୍ୱାଧୀନତାର ଘଡ଼ିସନ୍ଧି ମୁହୂର୍ତ୍ତରେ ଏହି ପଞ୍ଚସଖା ସତ୍ୟବାଦୀ ବନ ବିଦ୍ୟାଳୟ ପରିଚାଳନା କରିବା ସହିତ ନିଜ ନିଜ ଲେଖନୀ ଚାଳନା ବଳରେ ସ୍ୱାଧୀନତା ସଂଗ୍ରାମକୁ ମଧ୍ୟ ଏଠାରୁ ଇନ୍ଧନ ଯୋଗାଉଥିଲେ । ପ୍ରାଚୀନ ଗୁରୁକୁଳ ଆଦର୍ଶରେ ଯୁଗୋପଯୋଗୀ ଶିକ୍ଷା ପ୍ରଦାନ ଆଭିମୁଖ୍ୟ ରଖିଥିବା ଏହି ବନ ବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ଅଟଳ ମନୋବୃତ୍ତି, ନୀଳକଣ୍ଠଙ୍କ ସାଙ୍ଗଠନିକ ଶକ୍ତି, ଗୋଦାବରୀଶଙ୍କ ଶିକ୍ଷାଦାନର ଆଦର୍ଶ, କୃପାସିନ୍ଧୁଙ୍କ ଐତିହ୍ୟ ଓ ପରମ୍ପରା ପ୍ରତି ଅଗାଧ ବିଶ୍ୱାସ ଏବଂ ଆଚାର୍ଯ୍ୟ ହରିହରଙ୍କ ଋଷିପ୍ରାଣତା ଓ ପିତୃସୁଲଭ ବାତ୍ସଲ୍ୟ ମନୋଭାବ ଶିଷ୍ୟମାନଙ୍କୁ ବାନ୍ଧି ରଖିଥିଲା ଓ ଅନୁପ୍ରାଣିତ କରୁଥିଲା । ଓଡ଼ିଆ ଭାଷା ସାହିତ୍ୟକୁ ମଧ୍ୟ ସତ୍ୟବାଦୀର ଅବଦାନ ଅତୁଳନୀୟ । ସତ୍ୟବାଦୀ ସାହିତ୍ୟ ଥିଲା ଓଡ଼ିଆ ଜାତି ଗଠନର ପ୍ରେରଣା ଓ ପ୍ରୋତ୍ସାହନ ।
ସତ୍ୟବାଦୀ ମହୋତ୍ସବ ୨୦୨୫: ଓଡ଼ିଆ ଅସ୍ମିତାର ପ୍ରସାର କ୍ଷେତ୍ରରେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ହେବ ପ୍ରମୁଖ କେନ୍ଦ୍ର: ମୁଖ୍ୟମନ୍ତ୍ରୀ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଡାକ୍ତର ଅଶୋକ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି
ଚତୁର୍ଭୁଜ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାର୍ଥୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା