ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା I 2025 ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ୨,୬୭,000 ଅଯୋଗ୍ୟ ହିତାଧିକାରୀଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି ।ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ । ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page