୭୭ତମ ବନ ମହୋତ୍ସବ ପାଳିତ।

ବାଲିଅନ୍ତା୦୨/୦୭(ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ଓ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ବ୍ଲକ୍ ଅନ୍ତର୍ଗତ ଅଲାରପୁରସ୍ଥିତ ମା’ ଜାଗୁଳାଇ ସରସ୍ୱତୀ ଶିଶୁ ମନ୍ଦିରରେ ୭୭ତମ ବନ ମହୋତ୍ସବ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। କାଞ୍ଚନ ଫାଉଣ୍ଡେସନର ସଭାପତି ରଞ୍ଜନ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଡ଼. ଅରବିନ୍ଦ ଢାଲି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେହିପରି ପ୍ରକୃତି ବନ୍ଧୁ ଦିନବନ୍ଧୁ ଭୋଇ ଏବଂ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀକାନ୍ତ ଶେଖର ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ପରିବେଶ ସୁରକ୍ଷା, ବୃକ୍ଷରୋପଣର ଆବଶ୍ୟକତା ଓ ପ୍ରକୃତି ସଂରକ୍ଷଣ ସମ୍ପର୍କରେ ସଚେତନତାମୂଳକ ବାର୍ତ୍ତା ପ୍ରଦାନ କରିଥିଲେ।

ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ସଚେତନତାକୁ ଆଧାର କରି ବିଭିନ୍ନ ପ୍ରତିଯୋଗିତାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯିବା ସହ ବିଦ୍ୟାଳୟ ପରିସରରେ ଗୁଆ ଚାରା ରୋପଣ କରାଯାଇଥିଲା। କାର୍ଯ୍ୟକ୍ରମଟିରେ ଶିକ୍ଷକ, ଛାତ୍ରଛାତ୍ରୀ, ଅଭିଭାବକ ଓ ବହୁ ପରିବେଶପ୍ରେମୀ ଯୋଗଦେଇ ବନ ସଂରକ୍ଷଣ ଓ ସବୁଜ ପରିବେଶ ଗଠନ ପାଇଁ ସାମୂହିକ ସଂକଳ୍ପ ଗ୍ରହଣ କରିଥିଲେ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page