ମଙ୍ଗଳବାର, ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ଆସନ୍ତାକାଲି ମଙ୍ଗଳବାର ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page