ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଆଜି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ବିଜେଡିରେ ମିଶିଛନ୍ତି । ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ ପ୍ରକାଶ। ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ି ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ। ୨୦୧୪ରେ ପ୍ରକାଶ ଏହି ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ। ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି ଥିଲେ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page