ହିଞ୍ଜିଳିକାଟୁରେ ନବୀନ

ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିରେ ଜନସାଧାରଣଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ। ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର। ଏ ପାଇଁ ଶେଷ ଯାଏ କାମ କରି ଚାଲିବି। ଏହା ପରେ ଶେରଗଡ଼ରେ ମାରାଥନ ଜନସମାବେଶ କରିବେ। ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରଣ ହେବ। ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ରାଜ୍ୟ ହେବ। ନିଜେ ପ୍ରାର୍ଥୀ ହୋଇଥିବା ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ପଛାଇ ନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଚାର ଆରମ୍ଭ କରି ନବୀନ କହିଛନ୍ତି, ବିରୋଧୀ ଦଳ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି I

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page