ମାର୍ଚ୍ଚ ମାସରେ ପୁଣି ମିଳିବ ସୁଭଦ୍ରା ଟଙ୍କା

Subhadra money will be available again.

ପୁଣି ମିଳିବ ସୁଭଦ୍ରା ଟଙ୍କା। ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ। ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ବୋଲି ସୂଚନା ମିଳିଛି । ସେହିପରି ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବା ନେଇ ମଧ୍ୟ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page