ଆମ ପୋଷକ ଆମ ପରିଚୟ ଦିବସ

ବଲାଙ୍ଗିର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଅପ୍ରେଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ହେଇଛି। ବଲାଙ୍ଗିର ଜିଲ୍ଲାରେ ଗୁରୁବାର ‘ଆମ ପୋଷକ ଆମ ପରିଚୟ’ ଦିବସ ପାଳନ ଅବସରରେ ପାରମ୍ପପରିକ ବସ୍ତ୍ରର ଖୁବ୍ ଚାହିଦା ରହିଥିଲା। ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ କାର୍ଯ୍ୟାଳୟରେ ପ୍ରଶାସନିକ ଅଧିକାରୀ, କର୍ମଚାରୀଙ୍କ ସହ ଜନସାଧାରଣ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରିଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଜିଲ୍ଲାପାଳ ଗୌରଵ ଶୀୱାଜୀ ଈସଲୱାର, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ସମେତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରାର ପ୍ରସାର ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ଅବଦାନକୁ ସମ୍ମାନ ଜଣାଇ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page