କଳାହାଣ୍ଡି,୨୧|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ କଲମପୁର ବ୍ଲକର ପାତ୍ରବସା କେନାଲ ଘାଟକୁ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଯୁବକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।ମୃତ ଯୁବକ ହେଲେ ପାତ୍ରବସ ଗ୍ରାମର ୩୫ ବର୍ଷୀୟ ଝସକେତନ ନାଏକ ।

କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ମୃତଦେହ ଉଦ୍ଧାର କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ।ଡାକ୍ତର ମୃତ ଘୋଷଣା କରିଥିଲେ । କଲମପୁର ପୁଲିସ ଏକ ଅପମୃତ୍ୟୁ ଜନିତ ମାମଲା ରୁଜୁ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି |

ପ୍ୟାରିଲାଲ ଦୁର୍ଗା
କଳାହାଣ୍ଡି