ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା।୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି।

ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ।

ସୂଚନାଯୋଗ୍ୟ, କିଛି ଦିନ ତଳେ, ଛତିଶଗଡ଼ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଆଜି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଶ୍ରୀ ନାୟକଙ୍କୁ ଭେଟି ରାଜ୍ୟପାଳ ଶ୍ରୀ ହରିଚନ୍ଦନ ତାଙ୍କ ପରିବାରର ସଦସ୍ୟମାନଙ୍କ ଠାରୁ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଏହି ଦୁଇ ନେତା ପରସ୍ପରକୁ ଭେଟିବା ବେଳେ ଭାବ ବିହ୍ୱଳ ହୋଇ କାନ୍ଦି ପକାଇଥିଲେ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News