Snana Purnima: ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ରତ୍ନସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂରତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ତାପରେ ବଡ଼ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନ ବେଦୀରେ ବିଜେ କରିଛନ୍ତି ମହାପ୍ରଭୁ ଜଗନ୍ନାଥ । ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଆଜି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବା ସହ ଭକ୍ତଙ୍କୁ ହାତୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀଜିଉଙ୍କ ଦିବ୍ୟସ୍ନାନ, ହାତୀବେଶ ଦର୍ଶନରେ ଭିଜିବ ଭକ୍ତଙ୍କ ତନମନ। ଦିନ୧୨ଟା ୨୦ରୁ ଗୋଟାଏ ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ହେବ। ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ। ୩ଟା ୩୦ରେ ଛେରା ପହଁରା ହୋଇ ୪ଟା ୩୦ ମଧ୍ୟରେ ସଂପନ୍ନ ହେବ ଶ୍ରୀଜିଉଙ୍କ ହାତୀବେଶ। ଏହାପରେ ମହନ୍ତଶାଢ଼ି ବନ୍ଧା, ଦକ୍ଷିଣୀଘର ଭୋଗ ସରି ସଂଧ୍ୟା ସାଢ଼େ ୭ଟାରୁ ସାହାଣ ମେଲା ଦର୍ଶନ ଆରମ୍ଭ ହୋଇ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ। ବର୍ଷକ ପରେ ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିବାକୁ ବ୍ୟାକୁଳ ଭକ୍ତ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦେଖି ଟ୍ରାଫିକ୍ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ଭିଡ଼ ନିୟନ୍ତ୍ରଣ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ୪୫୦ ଅଫିସରଙ୍କ ସହ ୭୦ପ୍ଲାଟୁନ୍ ଫୋର୍ସ ନିୟୋଜିତ କରାଯାଇଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News