ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୨୧ ଅର୍ଥାତ୍ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହୋଇ ଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କେବଳ ଏକ ବ୍ୟାୟମ ନୁହେଁ। ଶାରୀରିକ ବ୍ୟାୟମ ଠାରୁ ଏହାର ସ୍ଥାନ ବହୁତ ଉଚ୍ଚରେ। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଅଧ୍ୟାତ୍ମିକତାର… Continue reading ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ନୀଳମାଧବ କ୍ଷେତ୍ର ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଅଞ୍ଚଳ ହେବ: ମୁଖ୍ୟମନ୍ତ୍ରୀ

ନୟାଗଡ଼: ନୟାଗଡ଼ ଜିଲ୍ଲା କଣ୍ଟିଲୋଠାରେ ‘‘ଭାରତ ବିଶ୍ୱାବସୁ ଶବର ସମାଜ’’ ପ୍ରତିଷ୍ଠା ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ସମ୍ବୋଧିତ କରିଛନ୍ତି। ଓଡ଼ିଶାର କଂସା ବାସନ ଓ ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଏଇ କଣ୍ଟିଲୋ ମାଟିରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଜୀଙ୍କ ଆଗମନ, ଏହି ସମାରୋହକୁ ଆହୁରି ଭବ୍ୟ ଏବଂ ସୁରମ୍ୟ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେଇଛନ୍ତି। ଏହି ଅଞ୍ଚଳ କିପରି ଦେଶର… Continue reading ନୀଳମାଧବ କ୍ଷେତ୍ର ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଅଞ୍ଚଳ ହେବ: ମୁଖ୍ୟମନ୍ତ୍ରୀ

ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ଭୟଭୀତ ହୋଇ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଏହା ହିନ୍ଦୁ ଧର୍ମର ସବୁଠାରୁ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ କାର୍ୟ୍ୟକ୍ରମ ମଧ୍ୟରୁ ଗୋଟିଏ। ଏହି ବିଶେଷ ଅବସରକୁ ଧାର୍ମିକ ପ୍ରଗତି ଏବଂ ପାପରୁ ମୁକ୍ତିର… Continue reading ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Prime Minister Narendra Modi inaugurated the 'Utkarsha Odisha' Conclave

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବେ?ଷ୍ଣବ ଓ ଜୁଏଲ୍ ଓରାମ୍ ଉପସ୍ଥିତ ଅଛନ୍ତି। କନ୍େକ୍ଲଭ୍ରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା… Continue reading ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରବାସୀ ଭାରତୀୟଙ୍କ ଆଗମନକୁ ନେଇ ସଜେଇ ହୋଇଛି ଶାନ୍ତିସ୍ତୁପ

Shantistu is decorated for the arrival of overseas Indians

ବାଲିଅନ୍ତା,୭|୧: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଅଷ୍ଟାଦଶ ତମ ପ୍ରବାସଭାରତୀୟ ସମ୍ମିଳନୀ l ଭୁବନେଶ୍ୱର ଜନତା ମଇଦାନରେ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ବ୍ୟାପକ ବ୍ୟବସ୍ଥା କରାଯିବା ସହ ଓଡିଶାକୁ ସମଗ୍ର ବିଶ୍ୱରେ ବିଶ୍ୱବନ୍ଦିତ କରିବାପାଇଁ ଚେଷ୍ଟା କରିଛନ୍ତି l ଏଥିପାଇଁ ରାଜଧାନୀ ଓ ଏହାର ଆଖପାଖ ପର୍ଯ୍ୟଟନ କ୍ଷେତ୍ରକୁ ସୌନ୍ଦର୍ଯ୍ୟକରଣ କରାଯାଇଛି l ରାସ୍ତାଘାଟ ଚକାଚକ କରାଯାଇଥିବା ବେଳେ ବିଭିନ୍ନ ରଙ୍ଗବେରଙ୍ଗ ଓ ଚିତ୍ରବିଚିତ୍ରରେ ସଜାଯାଇଛି କାନ୍ଥବାଡ l ଆଉ… Continue reading ପ୍ରବାସୀ ଭାରତୀୟଙ୍କ ଆଗମନକୁ ନେଇ ସଜେଇ ହୋଇଛି ଶାନ୍ତିସ୍ତୁପ

କୋକସରା ବ୍ଳକରେ ନୂତନ ବିଡ଼ିଓଙ୍କ ଯୋଗଦାନ

koksara new BDO Join

କଳାହାଣ୍ଡି: (ରିପୋର୍ଟ ପ୍ୟାରିଲାଲ ଦୁର୍ଗା): କୋକସରା ବ୍ଳକରେ ଗୁରୁବାର ନୂତନ ବିଡିଓ ଭାବେ ହିମାଞ୍ଚଳ ମାଝୀ ଯୋଗ ଦେଇଛନ୍ତି । ଏବଂ ଭାରପ୍ରାପ୍ତ ବିଡ଼ିଓ ବିଶ୍ବନାଥ ରାଉତଙ୍କଠାରୁ ସେ’ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଡିଓ ଶ୍ରୀମାଝୀ ଏହା ପୂର୍ବରୁ ମାଲକାନଗିରି ଜିଲ୍ଲା ମାଥିଲି ବ୍ଳକରେ କାର୍ଯ୍ୟରତ ରହିଥିଲେ । ସେ’ କାର୍ଯ୍ୟରେ ଯୋଗଦେବା ପରେ ବ୍ଳକ କାର୍ଯ୍ୟାଳୟ ପକ୍ଷରୁ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ବରିଷ୍ଠ କିରାଣୀ ବିନୋଦ ନାଏକ, ହିସାବ ରକ୍ଷକ ଅଶୋକ ସେଠି,… Continue reading କୋକସରା ବ୍ଳକରେ ନୂତନ ବିଡ଼ିଓଙ୍କ ଯୋଗଦାନ

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

CM reviews preparations for Pravasi Bharatiya Divas

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଥିଲେ। ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର… Continue reading ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାଡ଼ାବାନ୍ତିରେ ଦମ୍ପତି ମୃତ, ୩୦ ଆକ୍ରାନ୍ତ

ବରଗଡ଼: ବରଗଡ଼ ଜିଲ୍ଲା ଭେଡେନ ବ୍ଲକ୍ ଅମଲିପାଲି ଗାଁରେ ଝାଡ଼ାବାନ୍ତିରେ ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ପରିବାରର ଆଉ ୩ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେହିପରି ଗାଁର ଆହୁରି ୩୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଝାଡ଼ାବାନ୍ତି ନେଇ ଖବର ପାଇବା ପରେ ଗାଁରେ ପହଞ୍ଚିଥିଲେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ। ସେ ଏ ସଂପର୍କରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗକୁ ତୁରନ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ସେବା ଯୋଗାଇ… Continue reading ଝାଡ଼ାବାନ୍ତିରେ ଦମ୍ପତି ମୃତ, ୩୦ ଆକ୍ରାନ୍ତ

ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର… Continue reading ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ଚୌଦ୍ୱାରରେ ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ୱାର: କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ ହୋଇଛି । ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ମିତ ହେବ ୱେଲସ୍ପନ୍ ଇ ଗ୍ରେଟେଡ୍ ଟେକ୍ସଟାଇଲ୍ ପାର୍କ । ପ୍ରକଳ୍ପ ପାଇଁ ୩ ହଜାର ୫୦କୋଟି ଟଙ୍କା ନିବେଶ ହେବ । ୧୦ ହଜାର ଲୋକଙ୍କୁ ମିଳିବ ପ୍ରତ୍ୟେକ୍ଷ ନିଯୁକ୍ତି । ଏହା ସହିତ ଚୌଦ୍ୱାରରେ ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି… Continue reading ଚୌଦ୍ୱାରରେ ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

You cannot copy content of this page