ଅଂଶୁଘାତ ଆଶଙ୍କା, ଆମେ ପ୍ରସ୍ତୁତ କହିଲେ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା। ତେବେ ଏହାର ମୁକାବିଲା ନିମନ୍ତେ ସରକାର ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଅଂଶୁଘାତଜନିତ ଚିକିତ୍ସା ପାଇଁ ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ଟି, ସିଏଚସିରେ ୨ଟି ଏବଂ ପିଏଚସିରେ ଗୋଟିଏ ଲେଖାଏଁ ବେଡର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେଠାରେ କୁଲର ବା ଏସି ରହିବ । ପର୍ୟ୍ୟାପ୍ତ ପରିମାଣର ପାଣି ରହିବ ଓ ଓଆରଏସ୍‌ ବି ମହଜୁଦ ରହିବ। ଏଥିସହ ଆବଶ୍ୟକ ପରିମାଣର ଔଷଧ ମହଜୁଦ ରଖିବା ନିମନ୍ତେ ସମସ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ଏହାବ୍ୟତୀତ ଖରାରେ ଦିନ ୧୧ରୁ ସାଢ଼େ ୩ ପର୍ୟ୍ୟନ୍ତ ଶ୍ରମିକଙ୍କୁ କାମ କରିବାକୁ ବାରଣ କରାଯାଇଛି। ଏପ୍ରିଲରୁ ଜୁନ୍ ୧୫ ପର୍ୟ୍ୟନ୍ତ ଶ୍ରମିକଙ୍କ ଉପରେ ନଜର ରଖିବା ସହ ବିହୀତ ପଦକ୍ଷେପ ନେବାକୁ ସମସ୍ତ ରାଜସ୍ୱ କମିଶନର ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି ଶ୍ରମ ବିଭାଗ। ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଦିନକୁ ଦିନ ଗ୍ରୀଷ୍ମ ପ୍ରବାହର କୋପ ବଢ଼ୁଥିବା ବେଳେ ପର୍ୟ୍ୟାପ୍ତ ଜଳଛତ୍ର ଖୋଲିବାକୁ ମହାନଗର ନିଗମମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page