ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ଟିମ ଇଣ୍ଡିଆ

ଦୁବାଇ : ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ପରାସ୍ତ କରି ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆ ଏହି ମ୍ୟାଚରେ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖିଥିଲା । ଭାରତ ପକ୍ଷରୁ ବ୍ୟାଟିଂ ଆରମ୍ଭ କରି ରୋହିତ ଶର୍ମା ଓ ଶୁଭମନ ଗିଲ ମାତ୍ର ୮ ରନ କରି ଆଉଟ ହୋଇଯାଇଥିଲେ । ତେବେ ରୋହିତ ଶର୍ମା ଓ ବିରାଟ କୋହଲି ସ୍କୋରକୁ ଆଗେଇ ନେଇଥିଲେ । ୨୮ ରନ କରି ରୋହିତ ଆଉଟ ହୋଇଥିଲେ ବି ବିରାଟ ଲଢୁଆ ବ୍ୟାଟିଂ କରି ଦଳକୁ ସବୁଠାରୁ ବଡ ବଡ଼ ବିଜୟ ଆଣିଦେଥିଲେ । ବିରାଟ ୮୪ରନ କରିଥିଲେ । ଶ୍ରେୟୟ ଆୟର ୪୫ ରନ ଓ ରାହୁଲ ୪୨ରନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨୮ ରନ କରିଥିଲେ । ଭାରତୀୟ ବୋଲର ମହମ୍ମଦ ସମ୍ମି ଆରମ୍ଭରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା ଦେଇଥିଲେ । ସେ କୁପର କନୋଲିଙ୍କୁ ଶୂନ ରନରେ ପାଭିଲିୟନ ପଠାଇଦେଇଥିଲେ । ତେବେ ଟ୍ରାଭିସ ହେଡ ଓ ଷ୍ଟିଭ ସ୍ମିଥଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ହେଡ୍ ୩୯ ରନ କରିଥିବାବେଳେ ୭୩ ରନ କରିଥିଲେ । ମାର୍ନ ଲାବୁସଚାନ ୨୯ ରନ କରିଥିବାବେଳେ ଆଲେକ୍ସ କେରି ୬୧ ରନ କରିଥିଲେ । ଦଳ ୪୯.୩ ଓଭରରେ ୨୬୪ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ତେବେ ଦଳର ନିମ୍ନକ୍ରମ ବ୍ୟାଟ୍ସମ୍ୟାନମାନେ ବିଶେଷ ଯୋଗଦାନ ଦେଇପାରିନଥିଲେ ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page