ଭୁବନେଶ୍ୱର: କ୍ରାଇମ୍ ବ୍ରାଂଚ ହାତରେ ମୁଲି ଲାଗିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ପୋଲିସ୍ ଏସ୍ଆଇ ଚାକିରି ଲାଗି ପରୀକ୍ଷା ପ୍ରସ୍ତୁତିବେଳେ ଘଟିଥିବା କେଳେଙ୍କାରୀର ମହାଘୋଟାଲା ଆଗକୁ ଖୋଲି ଖୋଲି ଚାଲିଚି। ଓଡ଼ିଶା ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ଚାଞ୍ଚଲ୍ୟକର ତଥ୍ୟ ହାସଲ କରିଛି। ଏହି କେଳେଙ୍କାରୀରେ ସଂପୃକ୍ତ ଆହୁରି ୧୧୦ ଆଶାୟୀ ପ୍ରାର୍ଥୀ ଫେରାର ହୋଇଯାଇଛନ୍ତି। ଅପରାଧ ସିଣ୍ଡିକେଟର ମୁଖ୍ୟ ଶଙ୍କର ପୃଷ୍ଟିର ଖାସ୍ ସହଯୋଗୀ ବାଲେଶ୍ୱରର ଅରବିନ୍ଦ ଦାସ ପଶ୍ଚିମବଙ୍ଗର ମନ୍ଦାରମଣିରେ ଆଶାୟୀଙ୍କ ରହିବା ପାଇଁ ଓ ଦୀଘାରେ ଶିକ୍ଷକଙ୍କ ରହଣି ଉଦ୍ଦେଶ୍ୟରେ ଚାରି ଦିନ ପାଇଁ ଦୁଇଟି ହୋଟେଲ୍ ବୁକ୍ କରିଥିଲା। ସେଠାରେ ସେମାନଙ୍କୁ ପୁଲିସ ଏସ୍ଆଇ ପରୀକ୍ଷା ପାଇଁ ପ୍ରସ୍ତୁତ କରାଯାଇଥାନ୍ତା। ଦୀଘା ହୋଟେଲରେ ଆଶାୟୀ ରହିବା ପାଇଁ ୩୫ ହଜାର ଟଙ୍କା ଅଗ୍ରିମ ବି ଦିଆଯାଇଥିଲା। କିନ୍ତୁ ୨୯ ତାରିଖ ରାତିରେ ବିଜୟନଗରମ ଯିବା ରାସ୍ତାରେ ୧୧୪ ଆଶାୟୀ ଓ ତିନି ଦଲାଲଙ୍କୁ ଗିରଫ କରାଯିବା ପରେ ପଶ୍ଚିମବଙ୍ଗ ଯାଉଥିବା ୧୧୦ ପ୍ରାର୍ଥୀ ସେଠାରୁ ଫେରାର ହୋଇଯାଇଥିଲେ। ଏହି ସିଣ୍ଡିକେଟ୍ ରାଜସ୍ଥାନ, ଉତ୍ତରପ୍ରଦେଶ, ବିହାର, ଗୁଜୁରାଟର ପ୍ରଶ୍ନପତ୍ର କେଳେଙ୍କାରୀରେ ବି ସାମିଲ ଥିବା କ୍ରାଇମବ୍ରାଞ୍ଚ ତଦନ୍ତ ସମୟରେ ଜାଣିବାକୁ ପାଇଛି। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆରବି) ଦ୍ୱାରା ପ୍ରସ୍ତୁତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜି ପ୍ରାଇଭେଟ୍ ଲିମିଟେଡର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟିର ପତ୍ତା ମିଳୁନଥିବା ବେଳେ ଗିରଫ ୪ ଜଣଙ୍କ ସମ୍ପର୍କରେ କ୍ରାଇମବ୍ରାଞ୍ଚ ଅନେକ ତଥ୍ୟ ହାସଲ କରିଛି। କଟକ ଜିଲ୍ଲା ବୈଦେଶ୍ୱର ଥାନା କଳାପଥର ଅଞ୍ଚଳର ମୁନା ମହାନ୍ତି(୩୨) ଭୁବନେଶ୍ୱର ଖଣ୍ଡଗିରି ଥାନା ଜାଗମରାର ଅମିତ ନଗରରେ ଏକ କୋଠାରେ ରହୁଥିଲା। ଭୁବନେଶ୍ୱର ପଟିଆରେ ଶଙ୍କର ପୃଷ୍ଟିର ମାଲିକାନାରେ ଚାଲୁଥିବା ପଞ୍ଚସଫ୍ଟ ଟେକ୍ନୋଲଜି ପ୍ରାଇଭେଟ୍ ଲିମିଟେଡରେ ମୁନା ସମେତ ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଶ୍ରୀକାନ୍ତ ମହାରଣା ଓରଫ ରିଙ୍କୁ(୩୪), ବାଲେଶ୍ୱର ଜିଲ୍ଲା ସିଙ୍ଗଲା ଥାନା ନାବରା ଅଞ୍ଚଳର ଅରବିନ୍ଦ ଦାସ(୪୩), କଟକ ଜିଲ୍ଲା ବିଦ୍ୟାଧରପୁରର ବିଶ୍ୱରଞ୍ଜନ ବେହେରା(୨୯), ଦଶପଲ୍ଲାର ଟି. ଅଭିମନ୍ୟୁ ଦୋରା, ଢେଙ୍କାନାଳ ଜିଲ୍ଲା ମୁକୁନ୍ଦପୁରର ପ୍ରୟଦର୍ଶିନୀ ସାମଲ ସାମିଲ ଥିଲେ। ଶଙ୍କର ଦିଲ୍ଲୀରେ ରହି ପୁରା ସିଣ୍ଡିକେଟକୁ ନିୟନ୍ତ୍ରଣ କରୁଥିଲା। ବିଶ୍ୱରଞ୍ଜନ ଓଡ଼ିଶା ପୁଲିସ ବାଟାଲିୟନରେ ସିପାହୀ ଭାବେ କାର୍ୟ୍ୟ କରୁଥିଲା।
ଏସ୍ଆଇ ପରୀକ୍ଷା ମାମଲା: କ୍ରାଇମ୍ବ୍ରାଞ୍ଚ ହାତରେ ଚାଞ୍ଚଲ୍ୟକର ତଥ୍ୟ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ