ଧର୍ମଗଡ଼, ୧/୨(ଜନ୍ମେଜୟ ନାଏକ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଉପାନ୍ତ ବଡ଼ ପାହିଲପର ଅଞ୍ଚଳର କେନ୍ଦ୍ରସ୍ଥଳ ଟିପିଗୁଡା ଠାରେ ନୂତନ ବ୍ଲକ ଗଠନ ପାଇଁ ଅଞ୍ଚଳବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଧର୍ମଗଡ଼ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି l ଏକ ବିରାଟ ପଟୁଆର ରେ ବିଭିନ୍ନ ବର୍ଗର ଜନସାଧାରଣ ଉତ୍ସବ ପଡିଆରୁ ଉପ ଜିଲ୍ଲାପାଳଙ୍କ କାର୍ଯାଳୟ ପର୍ଯ୍ୟନ୍ତ ଆସି ସହକାରୀ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ l ଧର୍ମଗଡ଼ ବ୍ଲକ ୧ ନମ୍ବର ଜୋନର ଟିପିଗୁଡା, ଡୁମେରଗୁଡା, କନାଗାଁ, କାଙ୍କେରୀ, ସନ୍ଧିକୁଲିଆରୀ ପଞ୍ଚାୟତ କୁ ମିଶ୍ରଣ କରି କେନ୍ଦ୍ର ତଥା ବ୍ୟବସାୟିକ ପେଣ୍ଠ ସ୍ଥଳୀ ଟିପିଗୁଡା ଠାରେ ନୂତନ ବ୍ଲକ ସ୍ଥାପନ ପାଇଁ ଅଞ୍ଚଳ ବାସି ତରଫରୁ ଦାବୀ ହେଉଛି l ବଡ଼ ପହିଲପାରର ଟିପିଗୁଡା ଅଞ୍ଚଳ ଦଳିତ ଆଦିବାସୀ ବହୁଳ, ଛତିଶଗଡ ସୀମାନ୍ତକୁ ଲାଗିରହିଥିବା ଏଠାକାର ଅଧିବାସୀଙ୍କ ମୁଖ୍ୟ ଜୀବିକା କୁଳି ମଜୁରୀ ଓ ଚାଷ କାର୍ଯ୍ୟ l ଉପାନ୍ତ ଅଞ୍ଚଳ ହୋଇଥିବାରୁ ପ୍ରଶାସନର ଅନେକ ଯୋଜନା ପାଇବାରେ ଲୋକେ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି, ଏଣୁ ବଡ଼ପହିଲପାର ର ଅଧିକ ଜନବହୁଳ ପଞ୍ଚାୟତକୁ ବିଭକ୍ତ କରି ଅଞ୍ଚଳ ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ କେନ୍ଦ୍ରସ୍ଥଳ ଟିପିଗୁଡା ଠାରେ ନୂତନ ବ୍ଲକ ସ୍ଥାପନ ଯଥାର୍ଥ ବୋଲି ଅଞ୍ଚଳବାସି ସରକାରଙ୍କ ଠାରେ ଦାବୀପତ୍ର ଦେବା ସହ ବୁଦ୍ଧିଜୀବୀ ମହଲରେ ଦାବୀ ହେଉଛି l ଟିପିଗୁଡା ବ୍ଲକ ଗଠନ କ୍ରିୟାନୁଷ୍ଠାନ କମିଟିର ସଭାପତି ସନ୍ତୋଷ ନାଏକଙ୍କ ନେତୃତ୍ୱ ରାଲି ଅନୁଷ୍ଠିତ ହୋଇଥିବାବେଳେ କ୍ରିୟାନୁଷ୍ଠାନ କମିଟିର ଉପଦେଷ୍ଠା ଅଶୋକ ପଟ୍ଟଯୋଶୀ, ଉପ ସଭାପତି ଡୁମେରଗୁଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁରେଶ ଭଏଁସାଲ, ଚୈତନ୍ୟ ନାଏକ, ସମ୍ପାଦକ ଟିକେରାମ ସାହୁ, ସହ ସମ୍ପାଦକ ମଙ୍ଗନିଆ ଦୁର୍ଗା, ଯୁଗ୍ମ ସମ୍ପାଦକ ଟିପିଗୁଡା ସରପଞ୍ଚ ତଥା ଧର୍ମଗଡ଼ ବ୍ଲକ ସରପଞ୍ଚ ସଙ୍ଘ ସଭାପତି ହାତୀରାମ ଦୁର୍ଗା, ସମିତି ସଭ୍ୟା ଲତିକା ବାଗ, ପୂର୍ବତନ ଟିପିଗୁଡା ସରପଞ୍ଚ ଗଜିନ୍ଦ୍ର ନାଏକ, ଉଗ୍ରେସନ ନାଏକ, ଟିପିଗୁଡା ଗୌନ୍ତିଆ ବନ୍ଦକୁମର ନାଏକ, ପଦୁଲୋଚନ ବୋଡେ଼କ, ସୁଭାଶିଷ ପଟ୍ଟନାୟକ, ତେଜନ ଦୁର୍ଗା, କୃଷ୍ଣଦାସ ନାଏକ, ଜୀବଶଙ୍କର ନାଏକ, ସରୋଜ ନାଏକ, ରାଜାରାମ ନାଏକ ସମେତ ଟିପିଗୁଡା ଅଞ୍ଚଳର ପ୍ରାୟ ଶହ ଶହ ଲୋକ ଧର୍ମଗଡ଼ ଉତ୍ସବ ପଡିଆରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସହକାରୀ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତୀର୍କୀଙ୍କୁ ପ୍ରଦାନ କରିଥିଲେ l ସହାୟକ ଜିଲ୍ଲାପାଳ ଶ୍ରୀକାନ୍ତ ଶତପଥୀ ଅଜିତ କୁମାର ଶବର ଉପସ୍ଥିତ ଥିଲେ l
ଟିପିଗୁଡାକୁ ବ୍ଲକ ସ୍ଥାପନ ପାଇଁ ବିରାଟ ରାଲି ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଧର୍ମଗଡ ସହକାରି ଉପ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ