ବାଲିଅନ୍ତା ୦୨|୦୨: ବାଲିଅନ୍ତା ବ୍ଲକ ଅଧୀନ ନାଗପୁର ସ୍ଥିତ ଶାଗୁଆ ଖେଳ ପଡ଼ିଆରେ ନାଗପୁର କ୍ରିକେଟ୍ କ୍ଲବ୍ ଦ୍ଵାରା ଦିତୀୟ ବର୍ଷିକ ଅଲ୍ ଓଡିଶା ନାଗପୁର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନରେ ଅତିଥିଭାବେ ଦିନାକ ଟିଭିର ନିର୍ଦ୍ଦେଶକ ସରୋଜ ମହାନ୍ତି, ଆସୋଚାମର ଯୁଗ୍ମ ନିର୍ଦ୍ଦେଶକ ଶୁଭବ୍ରତ ରଥ, ଅଭିନେତା ତଥା ଓଡିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ କୁନାଲ ପଟ୍ଟନାୟକ, ଭୁବନେଶ୍ୱର ବାର୍ ଆସୋସିଏସନର ଆଇନୀଜୀବି ଚିନ୍ମୟ ମହାପାତ୍ର, ବିଷ୍ଣୁ ଚରଣ ଜେନା, ଯୁବ ସାମ୍ବାଦିକ ଜିତେନ୍ଦ୍ର ସାହୁ, ପ୍ରମୁଖ ଅତିଥି ଭାବେ ଯୋଗଦେଇ । ଆଜି ୨ ଟି ମ୍ୟାଚ ଖେଳାଯାଇଥିଲା l ପ୍ରଥମ ମ୍ୟାଚଟି ଜେବିଏଲ୍ ଏଲେଭେନ ବନାମ ଏନସିଟି ପିପିଲି ମଧ୍ୟରେ ତୃତୀୟ ଲିଗ୍ ମ୍ୟାଚ୍ ଖେଳା ଯାଇଥିଲା। ଏନସିଟି ପିପିଲି ଟଚ୍ ଜିତି ପ୍ରଥମ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଥିଲା। ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୬ ୱିକେଟ୍ ହରାଇ ୭୦ରନ୍ କରିଥିଲା। ପରେ ଏହାର ଜବାବରେ ଜେବିଏଲ୍ ଏଲେଭେନ ଟିମ୍ ୩ଟି ୱିକେଟ୍ ହରାଇ ୮. ୨ ଓଭରରେ ମ୍ୟାଚଟିକୁ ଜିତି ନେଇଥିଲା l ବିଜୟୀ ଦଳର ଚନ୍ଦନ ପ୍ରଧାନ ୨ ଓଭରରେ ୧୯ରନ୍ ଦେବାସହ ୩ଟି ୱିକେଟ ନେଇଥିବାରୁ ମ୍ୟାନ ଅଫ ଦି ମ୍ୟାଚ୍ ବିବେଚିତ ହୋଇଥିଲେ । ସେହିଭଳି ଚତୁର୍ଥ ଲିଗ୍ ମ୍ୟାଚରେ ନୋକମ୍ପ୍ରମାଇଯ ଭୁବନେଶ୍ୱର ବନାମ ଆଦିତ୍ୟ ଚାଲେଞ୍ଜର ମଧ୍ୟରେ ମ୍ୟାଚ୍ ଖେଳା ଯାଇଥିଲା । ନୋକମ୍ପ୍ରମାଇଯ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ବିଶିଷ୍ଟ ମ୍ୟାଚରେ ୨ ୱିକେଟ୍ ହରାଇ ୧୬୮ ବିଶାଳ ରନ୍ କରିବାରେ ସକ୍ଷମ ହୋଇଥିଲେ। ବିଜୟ ହାସଲ ପିଛା କରି ଆଦିତ୍ୟ ଚାଲେଞ୍ଜର ଦଳ ମାତ୍ର ୮୯ ରନ୍ କରି ପରାଜୟ ହୋଇଥିଲା । ନୋକମ୍ପ୍ରମାଇଯ ଦଳର ରୋଷନ୍ ୨୬ ବଲରେ ସର୍ବାଧିକ ୬୩ କରି ଏବଂ ଏକ ଓଭର ରେ ୧୪ରନ ଦେଇ ୧ ୱେକେଟ ନେଇଥିବାରୁ ଅଲରାଉଣ୍ଡର ପ୍ରଦର୍ଶନ ପାଇଁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଟ୍ରଫି ପ୍ରଦାନ କରାଯାଇଥିଲା ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ