ବେତନଟୀ: ବେତନଟୀ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଏମପିସି ହାଇସ୍କୁଲ ଖେଳ ପଡିଆରେ ବେତନଟୀ ପ୍ରିମିୟର ଲିଗ-୨୦୨୪ ସିଜିନ -୧୧ ଉଦଘାଟିତ ହୋଇଯାଇଛି। ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟକୁ ଲୋକପ୍ରିୟ ବିଧାୟକ ସନାତନ ବିଜୁଳି ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ। ମୁଖ୍ୟଅତିଥି ଏହି ପ୍ରିମିୟର ଲିଗରେ ଉଦବୋଧନ ଦେଇ କ୍ରିକେଟିୟରଙ୍କୁ ଉତ୍ସାହିତ କରିବା ସହିତ ଗ୍ରାମାଞ୍ଚଳରେ ଏଭଳି ବ୍ୟୟବହୁଳ ପ୍ରତିଯୋଗୀତାକୁ ପରିଚାଳନା କରି ୧୧ ବର୍ଷରେ ପହଞ୍ଚିଥିବାରୁ ଆୟୋଜକଙ୍କ ସମେତ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ। କ୍ଲବର ସଭାପତି ଶଶିକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରରେ ସ୍ଵତନ୍ତ୍ର ଅତିଥି ଭାବରେ ଏମପିସି ହାଇସ୍କୁଲ ପ୍ରଧାନ ଶିକ୍ଷକ ଅର୍ଜୁନ ସିଂ, କ୍ଲବର ସମ୍ପାଦକ ଦିଲ୍ଲୀପ କୁମାର ରାଉତ, କ୍ଲବର ସଦସ୍ୟ ସୁମନ ପାଲ, ପ୍ରକାଶ ବେହେରା, ଅଜୟ ସେଜପଡା, ଛତିଶ ସାହୁ, ନିରଞ୍ଜନ ମହାନ୍ତି , ମଣ୍ଡଳ ସମ୍ପାଦକ ଜୀବନ ପରିଡା , ମହିଳା ମୋର୍ଚ୍ଚା ସମ୍ପାଦକ ଅମ୍ବୀକା ବାରିକ ପ୍ରମୁଖ ଯୋଗଦାନ କରି ଖେଳାଳି ଳମାନଙ୍କୁ ଉତ୍ସାହିତ କରିଛନ୍ତି । ଏହି କାର୍ଯ୍ୟକ୍ରମକୁ କ୍ଲବର ସଦସ୍ୟ କିଶୋର କୁମାର ନାୟକ ମଞ୍ଚ ପରିଚାଳନା କରିଥିଲେ । ପ୍ରଥମ ମ୍ୟାଚଟି ୧୧ ଷ୍ଟାର ଳମୋରଡା ବନାମ ମାଣତ୍ରୀ ଟାଇଟନ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ବ୍ୟାଟିଂ କରି ୧୧ ଷ୍ଟାର ମୋରଡା ୨୦ ଓଭରରେ ୭ ୱିକେଟ ହରାଇ ୧୧୧ ରନ ସଂଗ୍ରହ କରିଥିଲେ । ୧୧ ଷ୍ଟାର ଳମୋରଡାର ଅଞ୍ଜନ ଲେଙ୍କା ୪୮ ଟି ଳବଲରେ ୫୦ ରନ ସଂଗ୍ରହ କରିଥିଲେ। ଏହାର ପ୍ରତିବାଦର ମାଣତ୍ରୀ ଳଟାଇଟନ୍ସ ୧୮ .୨ ଵଲ ରେ ୧୧୫ ରନ ସଂଗ୍ରହ କରି ବିଜୟ ଲାଭ କରିଥିଲେ। ମାଣତ୍ରୀ ଟାଇଟନ୍ସ ର ଶୁଭାଶିଷ ଧିର ୨୭ ରନ କରିବା ସହ ଗୋଟିଏ ଉଇକେଟ ନେଇ ଥିବାରୁ ତାଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ବିବେଚିତ କରାଯାଇଥିଲା। ଏହି ଖେଳ କୁ ପ୍ରକାଶ ଜ୍ୟୋତି ଆଦିତ୍ୟ ଓ ଅନୁପ ଦଣ୍ଡପାଟ ପରିଚାଳନା କରିଥିଲା ବେଳେ ବିକାଶ ଦାସ ଓ ରବିନ୍ଦ୍ର ସାହୁ ଷ୍କୋର ଦାଇତ୍ୱ ରେ ଚଲାଉଥିବା ବେଳେ ଅନଲାଇନ ସ୍କୋର ଶିଵୁନ ପାତ୍ର ପରିଚାଳନା କରିଥିଲେ। ଏହି ପ୍ରିମିୟର ଲିଗକୁ ପ୍ରଶାନ୍ତ ନାଥ, ସଞ୍ଜୁ ଦିବେଦ୍ଵୀ, ମନୋଜ ପଣ୍ଡା, ସୁଧାକର ପଣ୍ଡା, ମଳୟ ସେନାପତି, ଚନ୍ଦ୍ର ଶେଖର ଵେରା, ମାନସ ନାଥ, କରଣ ନାଥ, ରାକେଶ ମହାନ୍ତ , ସଞୀପ ଜେନା, ସର୍ବେଶ୍ଵର ଦାସ, ହୃଷିକେଶ ମହାନ୍ତ , ଅମର ଦାସ, ଶୁଭମ ନାୟକ, ଭାଗ୍ୟରଞନ ବେହେରା, ଚନ୍ଦନ ଗିରି ପ୍ରମୁଖ ସହଯୋଗ କରିଥିଲେ। ଆସନ୍ତା କାଲି ଦୁଇଟି ମ୍ୟାଚ ଅନୁଷ୍ଠିତ ହେଵ ବୋଲି ଜଣାପଡିଛି।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ