ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି । ୫ଞ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page