ଭୁବନେଶ୍ଵର: ପରମହଂସ ସ୍ଵାମୀ ବ୍ରହ୍ମାନନ୍ଦ ସରସ୍ଵତୀଙ୍କ ପ୍ରତିଷ୍ଠିତ ନିଗମ କଳ୍ପତରୁ ଆଶ୍ରମ ରୁଦ୍ରବିହାର ଠାରେ ଗୁରୁବାର ଦିନ ପବିତ୍ର ଗୁରୁ ପୂର୍ଣ୍ଣିମା ଉତ୍ସବ ପୂଜ୍ୟ ସ୍ଵାମିଜୀଙ୍କ ପୌରହିତ୍ୟରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ପ୍ରଫେସର ବୈଷ୍ଣବ ଚରଣ ସାମଲ କହିଲେ ଯେ, ଆମ ସଂସ୍କୃତିରେ ଗୁରୁ ପୂଜନ ଏଭଳି ଏକ ବ୍ୟବସ୍ଥା ସମଗ୍ର ପୃଥିବୀରେ କେବଳ ଭାରତବର୍ଷରେ ହିଁ ଦେଖା ଦେଇଥାଏ । ଆମେ ଗୁରୁଙ୍କୁ କେବଳ ଶିକ୍ଷାଦାତା ଭାବେ ସମ୍ମାନ କରୁନାହୁଁ, ଗୁରୁଙ୍କୁ ସାକ୍ଷାତ ଈଶ୍ଵର ଭାବରେ ଆମେ ସମ୍ମାନିତ କରିଥାଉ । ଆଶୀର୍ବଚନରେ ସ୍ଵାମୀ ବ୍ରହ୍ମାନନ୍ଦ ସରସ୍ଵତୀ କହିଲେ ଯେ, ଭାରତବର୍ଷର ଗୁରୁ ପରମ୍ପରା ଅନନ୍ୟ । ଭଗବାବ ବେଦବ୍ୟାସଙ୍କ ଠାରୁ ଗୁରୁ ପରମ୍ପରା ଆରମ୍ଭ ହୋଇଛି । ସେହିକ୍ରମରେ ଆଶ୍ଚର୍ଯ୍ୟ ଆଦିଶଙ୍କର ଦଶନାମୀ ସମ୍ପ୍ରଦାୟ ସୃଷ୍ଟି କରି ଭାରତବର୍ଷର ଧାର୍ମିକ ବ୍ୟବସ୍ଥାକୁ ସୁସଂହତ କରିଛନ୍ତି । ସମ୍ମାନିତ ଅତିଥ, ବିଶିଷ୍ଟ ସଂସ୍କୃତ ବିଦ୍ଵାନ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର, ବାଗ୍ମୀ ପ୍ରଦ୍ୟୁମ୍ନ ଶତପଥୀ, ପ୍ରଫେସର ବ୍ରଜବନ୍ଧୁ ପଣ୍ଡା ଓ ପାର୍ଥସାରଥୀ ଅଜୟ ବାରିକ ଗୁରୁଙ୍କ ପ୍ରତି ସମ୍ମାନ ଜଣାଇ କହିଲେ ଯେ, ମାତା ହେଉଛନ୍ତି ଆମର ପ୍ରଥମ ଗୁରୁ । ଆମେ ଆମ ସମାଜରେ ମାତାପିତାଙ୍କ ପରେ, ଆଶ୍ଚର୍ଯ୍ୟଙ୍କୁ ଗୁରୁ ଭାବରେ ଗ୍ରହଣ କରିଥାଉ, କିନ୍ତୁ ଅତିଥୁ ମଧ୍ୟ ଗୁରୁଙ୍କ ପଦବାଚ୍ୟ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବ ପ୍ରଶାସକ ବିନୋଦ ବିହାରୀ ନାୟକ, ସହଦେବ ଜୟସିଂ, ସ୍ଵାମୀ ବ୍ରହ୍ମାନନ୍ଦଙ୍କ ବିଗ୍ରଧାରା ଆଜିର ଯୁବ ସମାଜକୁ ନିଶ୍ଚିତ ପ୍ରଭାବିତ କରିବ ବୋଲି କହିଥିଲେ । ପ୍ରଫେସର ଡ. ଅଶୋକ ମିଶ୍ର, ଶ୍ରୀ ସନ୍ନ୍ୟାସୀ, ଅଧ୍ୟାପକ ବିଶ୍ଵରଞ୍ଜନ ଓ ଡ. ଅସିତ ମହାନ୍ତି କହିଲେ ଯେ, ଆମ ସମାଜରେ ଗୁରୁଙ୍କୁ ଭଗବାନଙ୍କ ଭଳି ସମ୍ମାନ ଦିଆଯାଇଥାଏ । ତାର କାରଣ ସେ କେବଳ ଶିକ୍ଷାଦାତା ନୁହଁନ୍ତି, ସେ ଶିଷ୍ୟର ବା ଛାତ୍ରର କଲ୍ୟାଣ ସବୁବେଳେ ଚିନ୍ତା କରିଥାନ୍ତି । ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚଳଚ୍ଚିତ୍ର ଅଭିନେତା ବିନାୟକ ମିଶ୍ର, ସଙ୍ଗୀତଜ୍ଞ ଚିତ୍ତରଞ୍ଜନ ପାଣି, ଡ. ବିଜୟାନନ୍ଦ ସିଂ, ଇଂ ବିନୟ ଭୂଷଣ ଭୂୟାଁ ତାଙ୍କ ବକ୍ତବ୍ୟରେ ଆଜିର ସମାଜରେ ଗୁରୁମାନେ ଠିକଣା ଭାବେ ତାଙ୍କର କର୍ତ୍ତବ୍ୟ ସମ୍ପାଦନ କରୁନଥିବାରୁ ସମାଜରେ ନିନ୍ଦିତ ହେଉଛନ୍ତି ସେମାନେ ବୋଲି କହିଥିଲେ । ସୁଶ୍ରୀ ଅରୁନ୍ଧତୀ ଦେବୀ, ପୂର୍ବ ପ୍ରଶାସକ ମିହିର ପଟ୍ଟନାୟକ, ଇଂ ସନ୍ତୋଷ ସ୍ଵାଇଁ, ଡ. ଦୀନବନ୍ଧୁ ମହାରଣା, ଅମରେନ୍ଦ୍ର ମହାପାତ୍ର ଓ ଡ. ମନୋଜ ଲେଙ୍କା ପ୍ରମୁଖ ସେମାନଙ୍କ ବକ୍ତବ୍ୟରେ ସ୍ଵାମୀ ବ୍ରହ୍ମାନନ୍ଦଙ୍କ ସର୍ବଧର୍ମ ସମନ୍ଵୟ ବିଶ୍ୱରଧାରାର ଭୂୟସୀ ପ୍ରଶଂସା କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଆଶ୍ରମର ବାବା ଆନନ୍ଦ ଚୈତନ୍ୟ ବ୍ରହ୍ମରରୀ ପରିପ୍ପଳନା କରିବା ସହ ଶ୍ରୀଜଗନ୍ନାଥ ଭଜନ ଓ ଗୁରୁ ବନ୍ଦନା ଗାନ କରିଥିଲେ ।
ସ୍ବାମୀ ବ୍ରହ୍ମାନନ୍ଦ ନିଗମ କଳ୍ପତରୁ ଆଶ୍ରମରେ ଗୁରୁ ପୂର୍ଣ୍ଣିମା ପାଳିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment