ଭୁବନେଶ୍ୱର: ଏକାମ୍ରକ୍ଷେତ୍ର ଶିବ ପଞ୍ଚାକ୍ଷରୀ ମନ୍ତ୍ରରେ କଂପିଛି । ମନ୍ଦିର ବେଢ଼ାରେ ଓ ବାହାରେ ହଜାର ହଜାର ଶ୍ରଦ୍ଧାଳୁ ଉଜାଗର ରହି ଜାଗର ଜାଳିଛନ୍ତି । ଓଁ ନମଃ ଶିବାୟ…, ହରହର ମହାଦେବ…, ଜୟ ଶିବଶମ୍ଭୁ… ଉଚ୍ଚାରଣ କରି ମହାଦୀପ ଉଠିବାକୁ ସମସ୍ତେ ଏକଲୟରେ ଅନେଇ ରହିଥିଲେ । ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି ସାଙ୍ଗକୁ ହରହର ମହାଦେବ ଡାକରେ ମନ୍ଦିର ପରିବେଶ ପ୍ରକମ୍ପିତ ହୋଇ ଉଠୁଥିଲା । ଶେଷରେ ବହୁ ପ୍ରତୀକ୍ଷାର ଅନ୍ତ ଘଟି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ରାତି ୧୦ଟା ୧୦ରେ ଉଠିଛି । ହଜାର ହଜାର ଶ୍ରଦ୍ଧାଳୁ ମହାଦୀପକୁ ଦର୍ଶନ କରିଛନ୍ତି । ଏଥି ସହିତ ବ୍ରତଧାରୀମାନେ ଜାଗର ବ୍ରତ ଭାଙ୍ଗିଛନ୍ତି । ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ ଧାଡ଼ିରେ ଶୃଙ୍ଖଳିତ ଭାବେ ଶ୍ରୀଜିଉଙ୍କୁ ଆଡ଼କାଠରୁ ଦର୍ଶନ କରିଥିଲେ । ସକାଳ ୭ଟା ବେଳକୁ ମନ୍ଦିରର ସିଂହଦ୍ୱାରଠାରୁ ବ୍ୟାରିକେଡ୍ ପୂର୍ଣ୍ଣ ହୋଇ ନୂଆ ଲିଙ୍ଗରାଜ ମାର୍କେଟ୍ ଆଡ଼କୁ ପ୍ରାୟ ଏକ କିଲୋମିଟର ପର୍ଯ୍ୟନ୍ତ ଧାଡ଼ି ଲମ୍ୱି ଯାଇଥିଲା । ଦିନ ୧୧ଟାରେ ଛାମୁ ପରିଷ୍କାର, ମହାସ୍ନାନ ଓ ବେଶ ନୀତି ପୂଜା କରାଯାଉଥିବା ବେଳେ ଦର୍ଶନ ଚାଲୁ ରହିଥିଲା । ତେବେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଖରାରେ ବହୁ ସମୟ ଧରି ଧାଡ଼ିରେ ଠିଆ ହୋଇ ପୂଜାର୍ଚ୍ଚନା କରିବା ପାଇଁ ଅପେଷା କରିଥିଲେ । ମନ୍ଦିରରେ ପହଡ଼ ପଡ଼ି ନୀତି କାର୍ଯ୍ୟ କରାଯାଉଥିବାରୁ ମଧ୍ୟାହ୍ନରେ ସାମାନ୍ୟ ଗହଳି ଟିକେ କମି ଯାଇଥିଲା । ଅପରାହ୍ଣରେ ସାହାଣମେଲା ଖୋଲିବା ପରେ ହଜାର ହଜାର ଭକ୍ତ ପୁଣି ଧାଡ଼ି ବାନ୍ଧି ଆଡ଼କାଠରୁ ଦର୍ଶନ କରିଥିଲେ । ଶ୍ରୀଜିଉଙ୍କ ଦର୍ଶନ କରିବା ସହ ମନ୍ଦିରରେ ଦୀପଦାନ କରିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁ ବେଢ଼ାକୁ ପ୍ରବେଶ କରିଥିଲେ । ଅନେକ ଭକ୍ତ ମେଘନାଦ ପାଚେରି, ମନ୍ଦିର ସମ୍ମୁଖ ଖାଲିସ୍ଥାନ, ଦେବୀ ପାଦହରା ପୁଷ୍କରିଣୀ ନିକଟ, ନୂଆ ଲିଙ୍ଗରାଜ ମାର୍କେଟ୍, ଲିଙ୍ଗରାଜ ହାଟ, ବିଏମ୍ସି ଡାକ୍ତରଖାନା ଛାତ, ବଡ଼ମଠ, ଗଙ୍ଗାଯମୁନା ପଡ଼ିଆ, ବ୍ୟବସାୟ ପ୍ରତିଷ୍ଠାନ ଓ ବିଭିନ୍ନ ଘରର ଛାତ ଉପରେ ମହାଦୀପ ଉଠିବାକୁ ଅପେକ୍ଷା କରି ରହିଥିଲେ । ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ କରୁଣା କାମନା କରି ଦୀପଜାଳି ମହାଦୀପ ଉଠିବା ସମୟକୁ ଅନାଇ ବସିଥିଲେ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ