୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ; ୨୪ରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ କେବେ ପଡ଼ିବ ଓ ଏହା ପ୍ରଭାବରେ ଓଡ଼ିଶାରେ କେବେଠୁ ପାଗର ପରିବର୍ତ୍ତନ ହେବା ସହ ବର୍ଷା ହେବ ତାହା ଜଣାପଡ଼ିନାହିଁ। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଦିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି । ଏହାସହ ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News